Posted inଜାତୀୟ

ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ୟୁରୋପ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୭।୪: ଚଳିତ ବର୍ଷର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ବୈଦେଶିକ ଗସ୍ତର କାର୍ଯ୍ୟସୂଚୀ ସାମ୍ନାକୁ ଆସିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ମେ’ ୨ରୁ ୪ ପର୍ଯ୍ୟନ୍ତ ୟୁରୋପ ଗସ୍ତ କରିବେ। ଏନେଇ ବୁଧବାର ବର୍ହିବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଏହି ଗସ୍ତ ସମୟରେ ମୋଦି ଜର୍ମାନୀ, ଡେନମାର୍କ ଓ ଫ୍ରାନ୍ସ ଯିବେ। ଏହି ସମୟରେ ସେ ଉକ୍ତ ଦେଶର ମୁଖ୍ୟମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସୂଚନା ମୁତାବକ, ମୋଦି ଜର୍ମାନୀରେ ଚାନ୍ସଲର ଓଲାଫ ସ୍କୋଲଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ଏତଦ୍‌ବ୍ୟତୀତ ସେ ଭାରତ ଏବଂ ଜର୍ମାନୀ ମଧ୍ୟରେ ଷଷ୍ଠ ଅନ୍ତ-ସରକାରୀ ବୈଠକରେ ମଧ୍ୟ ଭାଗ ନେବେ। ଜର୍ମାନୀ ପରେ ଡେନମାର୍କର ପ୍ରଧାନମନ୍ତ୍ରୀ ମ୍ୟାଟ ଫ୍ରେଡେରିକ୍‌ସେନ୍‌ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ମୋଦି କୋପେନହାଗେନ ଗସ୍ତ କରିବେ। ଯେଉଁଠାରେ ସେ ଦ୍ୱିତୀୟ ଭାରତ-ନର୍ଡିକ ସମ୍ମିଳନୀରେ ଅଂଶଗ୍ରହଣ କରିବେ। ତେବେ ମେ’୪ରେ ଭାରତ ଫେରିବା ପୂର୍ବରୁ ମୋଦି ଫ୍ରାନ୍ସରେ ଦ୍ୱିତୀୟ ଥର ପାଇଁ ରାଷ୍ଟ୍ରପତି ନିର୍ବାଚିତ ହୋଇଥିବା ଇମାନୁଏଲ ମାକ୍ରୋନ୍‌ଙ୍କୁ ଭେଟିବେ ବୋଲି ସୂଚନା ରହିଛି। ନିର୍ବାଚନରେ ବିଜୟ ପରେ ମାକ୍ରୋନଙ୍କୁ ଭେଟିଥିବା ନେତାଙ୍କ ମଧ୍ୟରେ ମୋଦି ହେଉଛନ୍ତି ପ୍ରଥମ। ଅନ୍ୟପଟେ ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ୟୁରୋପ ଗସ୍ତକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। କାରଣ ରୁଷିଆ ଉପରେ ନିଜର ନିର୍ଭରଶୀଳତା ହ୍ରାସ କରିବାକୁ ୟୁରୋପ କ୍ରମାଗତ ଭାବେ ଭାରତକୁ କହିଆସୁଛି। ଏତଦ୍‌ବ୍ୟତୀତ ରୁଷିଆ-ୟୁକ୍ରେନ ଯୁଦ୍ଧ ବନ୍ଦ କରିବାରେ ଭାରତ ଯଦି ମଧ୍ୟସ୍ଥତା କରେ ତେବେ ତାଙ୍କର କୌଣସି ଆପତ୍ତି ନାହିଁ ବୋଲି ପୂର୍ବରୁ ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗୋଇ ଲାଭରୋଭ କହିସାରିଛନ୍ତି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ଏହି ୩ଟି ଦେଶ ସହିତ ସଙ୍କଟର ସମାଧାନ ପାଇଁ ଆଲୋଚନା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri