Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ

ନୂଆଦିଲ୍ଲୀ,୧୨ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ସେ ସାମାଜିକ ସମସ୍ୟାକୁ ନେଇ ନିଜ ମତ ରଖିଥିବା ଦେଖାଯାଏ । ଏବେ ମୋଦିଙ୍କ ଆକାଉଣ୍ଟ ଉପରେ ନଜର ପଡିଛି ହ୍ୟାକର୍ସଙ୍କର । ଶନିବାର ବିଳମ୍ବିତ ରାତିରେ ହ୍ୟାକର୍ସ ମୋଦିଙ୍କ ଆକାଉଣ୍ଟଙ୍କୁ ହ୍ୟାକ କରିଥିବା ସୂଚନା ମିଳିଛି । ହ୍ୟାକର୍ସ ମୋଦଙ୍କ ଆକାଉଣ୍ଟକୁ ଟାର୍ଗେଟ କରି ଏହାକୁ ହ୍ୟାକ କରିବା ସହ କିଛି ଟୁଇଟ୍ ମଧ୍ୟ କରିଛନ୍ତି । ଯେଉଁଥିରେ ଦେଶରେ ବିଟ୍ କଏନକୁ ମାନ୍ୟତା ଦିଆଯାଇଥିବା କଥା ଉଲ୍ଲେଖ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟୁଇଟର ଆକାଉଣ୍ଟ ଶନିବାର ଭୋର ପ୍ରାୟ ୨ଟା ବେଳେ ହ୍ୟାକ କରାଯାଇଥିବା ସୂଚନା ମିଳିଛି ।
ହ୍ୟାକ ହେବା ପରେ ପ୍ରଥମ ଟୁଇଟ୍ ମାତ୍ର କେଇ ମିନିଟ୍ ମଧ୍ୟରେ ଡିଲିଟ୍ କରାଯାଇଥିଲା ଓ ପୁଣିଥରେ ତାକୁ ଟୁଇଟ୍ କରାଯାଇଥିଲା । ଏହାପରେ ପୁଣିଥରେ ସେହି ଟୁଇଟ୍‌କୁ ହଟାଇ ଦିଆଯାଇଥିଲା । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଥିଲା କି ମୋଦିଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଛି । ଏଥିରେ ଉଲ୍ଲେଖ କରାଯାଇଥିଲା କି ମୋଦିଙ୍କ ଆକାଉଣ୍ଟ ହ୍ୟାକ ହେବା ସହ ଏଥିରେ ଭିନ୍ନ ଭିନ୍ନ ପୋଷ୍ଟ କରାଯାଇଛି । ଏହି ଖବର ଟୁଇଟରକୁ ଜଣାଇ ଦିଆଯାଇଛି । ଏହାପରେ ଆକାଉଣ୍ଟକୁ ତୁରନ୍ତ ସୁରକ୍ଷିତ କରାଯାଇଛି । ଏହାସହ କୁହାଯାଇଛି କି ଏବେ ଟୁଇଟର ଆକାଉଣ୍ଟରେ କରାଯାଉଥିବା ଟୁଇଟକୁ ଅଣଦେଖା କରିବାକୁ ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri