ବାଇଡେନଙ୍କ ସହ ପ୍ରେସ କନଫରେନ୍ସ କରିବେ ମୋଦି, ଦୁଇଟି ପ୍ରଶ୍ନର ଦେବେ ଉତ୍ତର

ଓ୍ବାଶିଂଟନ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ଆମେରିକା ଗସ୍ତରେ ଅଛନ୍ତି। ଜୁନ ୨୧ରେ ସେ ଆମେରିକାରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ସେଠାରେ ସେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଫାଷ୍ଟ ଲେଡଇ ଜିଲ ବାଇଡେନଙ୍କୁ ଭେଟିଛନ୍ତି। ଏହାପରେ ବାଇଡେନ ଫ୍ୟାମିଲି ଷ୍ଟେଟ ଡିନରର ଆୟୋଜନ କରିଥିଲେ। ଏବେ ଉଭୟ ନେତା ପ୍ରେସ କନଫରେନ୍ସ କରିବେ ବୋଲି ଜଣାପଡିଛି।

ଏକ ରିପୋର୍ଟ ଅନୁଯାୟୀ, ଉଭୟ ଦେଶର ନେତା ହ୍ବାଇଟ ହାଉସରେ ଏକ ଖବରଦାତା ସମ୍ମିଳନୀ କରିବେ। ହ୍ବାଇଟ ହାଉସ ପକ୍ଷରୁ ଏଡି ସୂଚନା ଦିଆଯାଇଥିବା ବେଳେ ଏହାକୁ ଏକ ବଡ ଡିଲ ବୋଲି କହିଛି। ହ୍ବାଇଟ ହାଉସର ଜାତୀୟ ସୁରକ୍ଷା ମୁଖପାତ୍ର ଜନ କିର୍ବି କହିଛନ୍ତି, ‘ପ୍ରଧାନମନ୍ତ୍ରୀ ମୋଦି ଯାତ୍ରା ଶେଷରେ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେବେ। ଆମେ ଭାବୁଛୁ ଏହା ଗୁରୁତ୍ୱପୂର୍ଣ୍ଣ ଏବଂ ଆମେ ଖୁସି ଯେ ମୋଦି ମଧ୍ୟ ଏହାକୁ ଗୁରୁତ୍ୱପୂର୍ଣ୍ଣ ମନେ କରନ୍ତି।
ଖବରଦାତା ସମ୍ମିଳନୀରେ କେବଳ ଦୁଇଟି ପ୍ରଶ୍ନ ପଚରା ଯିବ ବୋଲି ଜନ କିର୍ବି କହିଛନ୍ତି। ଆମେରିକୀୟ ଗଣମାଧ୍ୟମର ଗୋଟିଏ ପ୍ରଶ୍ନ ଏବଂ ଜଣେ ଭାରତୀୟ ସାମ୍ବାଦିକଙ୍କ ଗୋଟିଏ ପ୍ରଶ୍ନ ଏଥିରେ ଅନ୍ତର୍ଭୁକ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri