Posted inଜାତୀୟ

୪୯ ଦିନ ହେଲା ଜଳୁଛି ମଣିପୁର, ହେଲେ ପ୍ରଧାନମନ୍ତ୍ରୀ କିଛି ନ କହି ବିଦେଶ ଯାଉଛନ୍ତି: କଂଗ୍ରେସ

ନୂଆଦିଲ୍ଲୀ,୧୯।୬:  ମଣିପୁରରେ ପ୍ରାୟ ଦେଢ ମାସ ଧରି ହିଂସା ଚାଲିଛି। ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏ ପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିନାହିଁ। ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା କେ.ସି ଭେଣୁଗୋପାଳ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି , ଗତ ୪୯ ଦିନ ଧରି ମଣିପୁର ଜଳୁଛି ଏବଂ ୫୦ ଦିନରେ ମଧ୍ୟ ମଣିପୁରରେ ଚାଲିଥିବା ସଙ୍କଟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି କିଛି ନ କହି ବିଦେଶ ଯାଉଛନ୍ତି।

କଂଗ୍ରେସ ନେତା କହିଛନ୍ତି, ମଣିପୁରରେ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି, ହଜାର ହଜାର ଲୋକ ବାସହୀନ ହୋଇଛନ୍ତି, ଅସଂଖ୍ୟ ଚର୍ଚ୍ଚ ଏବଂ ପୂଜାପାଠ ସ୍ଥାନ ନଷ୍ଟ ହୋଇଯାଇଛି। ବର୍ତ୍ତମାନ ହିଂସା ମିଜୋରାମରେ ମଧ୍ୟ ବ୍ୟାପିବାରେ ଲାଗିଛି। ଗତ କିଛି ଦିନ ହେବ ମଣିପୁରର ନେତାମାନେ ଏଥିରେ ହସ୍ତକ୍ଷେପ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଠାରୁ ସମୟ ଦାବି କରିଆସୁଥିଲେ।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶ୍ନ କରି ଭେଣୁଗୋପାଳ କହିଛନ୍ତି, ବିଶ୍ୱଗୁରୁ ପ୍ରଧାନମନ୍ତ୍ରୀ ମଣିପୁର କଥା କେବେ ଶୁଣିବେ? ଶାନ୍ତି ପାଇଁ ସେ କେବେ ଦେଶ ସହିତ କଥା ହେବେ? କେବଳ ଏତିକି ନୁହେଁ, ସେ ମଧ୍ୟ ପ୍ରଶ୍ନ କରିଛନ୍ତି ଯେ ଶାନ୍ତି ପ୍ରତିଷ୍ଠା କରିବାରେ ବିଫଳ ହୋଇଥିବାରୁ ପିଏମ ମୋଦି କେବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ମଣିପୁରର ମୁଖ୍ୟମନ୍ତ୍ରୀଙ୍କଠାରୁ ଉତ୍ତରଦାୟିତ୍ୱ ଲୋଡ଼ିବେ?


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri