Posted inଜାତୀୟ

ମୋଦିଙ୍କ ସହ ଏକାଠି ମଞ୍ଚରେ ବସିବେ ନାହିଁ ଦିଦି

କୋଲକାତା,୭ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବିରୋଧ କରି ଭାରତୀୟ ଜନତା ପାର୍ଟି(ଭାଜପା) ରାଷ୍ଟ୍ରିୟ ଅଧ୍ୟକ୍ଷ ଜେବି ନଡ୍ଡା ଫେରିବାର ୨୪ ଘଣ୍ଟା ନ ପୁରୁଣୁ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଫଳରେ ପାଖେଇ ଆସୁଥିବା ବିଧାନସଭା ନିର୍ବାଚନକୁ ନେଇ ପଶ୍ଚିମବଙ୍ଗ ରାଜନୈତୀକ ବାତାବରଣର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ମୋଦି ରବିବାର ଦ୍ୱିପ୍ରହରରେ ସିଧା ଆସାମରୁ ଆସି ପଶ୍ଚିମବଙ୍ଗର ହଲଦିଆରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ୧୫ ଦିନ ପୂର୍ବରୁ ମୋଦି ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତି ଅବସରରେ ପଶ୍ଚିମବଙ୍ଗ ଗସ୍ତ କରିଥିବା ବେଳେ ଏବେ ଯେଉଁ ଗସ୍ତ କରୁଛନ୍ତି ତାହା ତାଙ୍କର ପ୍ରଥମ ନିର୍ବାଚନି ଗସ୍ତ ବୋଲି କୁହାଯାଉଛି । ହଲଦିଆରେ ପାଦ ରଖୁ ରଖୁ ମୋଦି ମା’, ମାଟି ଓ ମାନୁଷଠାରୁ ନେଇ ପଶ୍ଚିମବଙ୍ଗର ସଂସ୍କୃତି କଥା ଉଠାଇବା ସହ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଜନସଭାରେ ପ୍ରାୟ ୨ ଲକ୍ଷ ଲୋକ ହେବେ ବୋଲି ଭାଜପା ପକ୍ଷରୁ ଦାବି କରାଯାଇଛି । ଏହା ପୂର୍ବରୁ ମୋଦି ଟୁଇଟ୍ କରି କହିଛନ୍ତି, ମୁଁ ହଳଦିଆରେ ରହିବି, ସେଠାରେ ବିପିସିଏଲ୍ ଦ୍ୱାରା ନିର୍ମାଣ କରାଯାଇଥିବା ଏଲ୍‌ପିଜି ଇମ୍ପୋର୍ଟ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବି, ଏହାସହ ଉର୍ଜା ଗଙ୍ଗା ପ୍ରୋଜେକ୍ଟ ଅଧିନରେ ଦୋଭି-ଦୁର୍ଗାପୁର ନ୍ୟାଚୁରାଲ ଗ୍ୟାସ ପାଇପଲାଇନ ସେକସନ୍‌କୁ ବି ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବି । ତେବେ ଏସବୁ କାର୍ଯ୍ୟକ୍ରମ ମଧ୍ୟରେ ସରକାରୀ ପ୍ରୋଟୋକଲ ଅନୁଯାୟୀ ପ୍ରଧାନମନ୍ତ୍ରୀଙ୍କ ସଭାରେ ଉପସ୍ଥିତ ରହିବା ଲାଗି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିମନ୍ତ୍ରଣ ମିଳିଥିଲେ ବି ସେ କୁଆଡେ ଉପସ୍ଥିତ ରହିବେ ନାହିଁ ବୋଲି କହିଛନ୍ତି । ସୂଚନାଯୋଗ୍ୟ, ମୋଦି ଯେତେବେଳେ ସୁଭାଷ ବୋଷଙ୍କ ୧୨୫ ତମ ଜୟନ୍ତି ସମୟରେ କୋଲକାତା ଯାଇଥିଲେ ସେତେବେଳେ ମମତା ତାଙ୍କ ମଞ୍ଚରେ ଉପସ୍ଥିତ ଥିଲେ । ହେଲେ କାର୍ଯ୍ୟକ୍ରମ ଚାଲୁଥିବା ସମୟରେ ସାଧାରଣ ଜନତା ‘ଜୟ ଶ୍ରୀରାମ’ ସ୍ଲୋଗାନ ଦେଇଥିଲେ । ଯାହା ମମତାଙ୍କୁ ଆଦୌ ପସନ୍ଦ ନ ଥିଲା । ସେ ସେହିଠାରେ ହିଁ କହିଥିଲେ ମଞ୍ଚକୁ ଡାକି ଏମିତି ଅପମାନ ଦେବା ଠିକ୍ ନୁହେଁ । ତେଣୁ ଏଥର ନିମନ୍ତ୍ରଣ ମିଳିଥିଲେ ବି ରାଗି ଯାଇ ଦିଦି ମୋଦିଙ୍କ ମଞ୍ଚରେ ଉପସ୍ଥିତ ରହିବେ ନାହିଁ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?