୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୪।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।

୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ପ୍ରବାସୀ ଭାରତୀୟ ଦିବସରେ ପ୍ରାୟ ୫୦୦୦ ଅଂଶଗ୍ରହଣକାରୀ ଭାଗନେବେ। କାର୍ଯ୍ୟକ୍ରମର ବିଭିନ୍ନ ଦିବସରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଦେଶବିଦେଶରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ପ୍ରବାସୀ ଭାରତୀୟ ଯୋଗଦେବେ।

ସମ୍ମିଳନୀର ପ୍ରଥମ ଦିବସରେ ‘ଯୁବ ପ୍ରବାସୀ ଭାରତୀୟ ଦିବସ’, ୨ୟ ଦିବସରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ମୁଖ୍ୟ ସମାରୋହ ଓ ୩ୟ ଦିବସରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗଦେଇ ପ୍ରବାସୀ ଭାରତୀୟ ତୀର୍ଥ ଏକ୍ସପ୍ରେସ୍‌ର ଡିଜିଟାଲ ଫ୍ଲାଗଅପ୍‌ କରିବା କାର୍ଯ୍ୟକ୍ରମ ରହିଛି। ସମସ୍ତ ଦିବସରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri