୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୪।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।

୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ପ୍ରବାସୀ ଭାରତୀୟ ଦିବସରେ ପ୍ରାୟ ୫୦୦୦ ଅଂଶଗ୍ରହଣକାରୀ ଭାଗନେବେ। କାର୍ଯ୍ୟକ୍ରମର ବିଭିନ୍ନ ଦିବସରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଦେଶବିଦେଶରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ପ୍ରବାସୀ ଭାରତୀୟ ଯୋଗଦେବେ।

ସମ୍ମିଳନୀର ପ୍ରଥମ ଦିବସରେ ‘ଯୁବ ପ୍ରବାସୀ ଭାରତୀୟ ଦିବସ’, ୨ୟ ଦିବସରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ମୁଖ୍ୟ ସମାରୋହ ଓ ୩ୟ ଦିବସରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗଦେଇ ପ୍ରବାସୀ ଭାରତୀୟ ତୀର୍ଥ ଏକ୍ସପ୍ରେସ୍‌ର ଡିଜିଟାଲ ଫ୍ଲାଗଅପ୍‌ କରିବା କାର୍ଯ୍ୟକ୍ରମ ରହିଛି। ସମସ୍ତ ଦିବସରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri