Posted inଜାତୀୟ

ନଭେମ୍ବର ୨୨ରେ ମୋଦି ଦେବେ ୭୧ ହଜାର ନିଯୁକ୍ତ ପତ୍ର, କେନ୍ଦ୍ର ସରକାରଙ୍କ କିଛି ବିଭାଗରେ ମିଳିବ ସ୍ଥାୟୀ ନିଯୁକ୍ତି

ନୂଆଦିଲ୍ଲୀ,୨୧ ।୧୧: କେନ୍ଦ୍ର ସରକାରଙ୍କ ପକ୍ଷରୁ ମଙ୍ଗଳବାର ଏକାସାଙ୍ଗରେ ୭୧ ହଜାର ଯୁବବର୍ଗଙ୍କ୍‌ୁ ସ୍ଥାୟୀ ଚାକିରିର ନିଯୁକ୍ତି ପତ୍ର ଦିଆଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୨ ନଭେମ୍ବରରେ ଭିଡିଓ କନଫରେନସିଂ ଜରିଆରେ ଲାଭାର୍ଥିଙ୍କୁ ନିଯୁକ୍ତି ପତ୍ର ଦେବେ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଦିପାବଳୀରେ ରୋଜଗାର ମେଳା ଜରିଆରେ ପ୍ରାୟ ୭୫ ହଜରା ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ଦେଇଥିଲେ । କେନ୍ଦ୍ର ସରକାରଙ୍କର ପ୍ରୟାସ ହେଉଛି ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ଖାଲି ପଡିଥିବା ପଦକୁ ମିଶନ ମୋଡରେ ଦେଢ ବର୍ଷ ମଧ୍ୟରେ ପୂରଣ କରି ଦିଆଯିବ । ଏଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନରେ କେନ୍ଦ୍ରର ସମସ୍ତ ମନ୍ତ୍ରଣାଳୟ ଓ ବିଭାଗକୁ ଏହି ଦିଗରେ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଦୀପାବଳିରେ ଆୟୋଜିତ ହୋଇଥିବା ରୋଜଗାର ମେଳାରେ ସାରା ଦେଶର ଚୟନ କରାଯାଇଥିବା ଯୁବକଙ୍କୁ ନିଯୁକ୍ତି ପତ୍ର ଦିଆଯାଇଥିଲା । ଏଥିରେ ଗ୍ରୁପ-ଏ, ଗ୍ରୁପ-ବି(ଗେଜେଟେଡ), ଗ୍ରୁପ-ବି(ଅଣଗେଜେଟେଡ) ଏବଂ ଗ୍ରୁପ-ସି ନିଯୁକ୍ତି ସହିତ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ, ସବ-ଇନ୍ସପେକ୍ଟର, କନଷ୍ଟେବଳ, ଜୁନିୟର କ୍ଲର୍କ(ଏଲଡିସି), ଷ୍ଟେନୋ, ପିଏ, ଆୟ ଅନ୍ତର୍ଭୁକ୍ତ ଟ୍ୟାକ୍ସ ଇନ୍ସପେକ୍ଟର, ରେଲୱେ ଏମଟିଏସ ପୋଷ୍ଟ ସାମିଲ ଥିଲା ।
ରୋଜଗାର ମେଳାରେ କେନ୍ଦ୍ର ସରକାରଙ୍କ ବହୁ ମନ୍ତ୍ରୀ ମଧ୍ୟ ଭାଗ ନେଇଥିଲେ । ଏହି ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ କନଫରେନସିଂ ସହିତ ଜଡିତ ଥିଲେ । ସେମାନେ ରାଜ୍ୟରେ ରହି ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ । ନିଯୁକ୍ତି ମେଳାରେ ଓଡ଼ିଶାରୁ ଧର୍ମେନ୍ଦ୍ର ପ୍ରଧାନ, ଚଣ୍ଡିଗଡ଼ରୁ ଅନୁରାଗ ଠାକୁର, ମହାରାଷ୍ଟ୍ରର ପିୟୁଷ ଗୋଏଲ ଏବଂ ଗୁଜରାଟରୁ ମାନସୁଖ ମାଣ୍ଡବିୟ ଯୋଗ ଦେଇଥିଲେ । ଏହାସହ ଅନ୍ୟ ମନ୍ତ୍ରୀ ଏବଂ ଏମପିମାନେ ବି ନିଜ ନିଜ ଅଞ୍ଚଳରେ ଉପସ୍ଥିତ ରହି ନିଯୁକ୍ତ ପତ୍ର ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri