Posted inଜାତୀୟ

ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ, ଏହି ସମ୍ମିଳନୀରେ ଯୋଗ ଦେବେ

ନୂଆଦିଲ୍ଲୀ, ୧୩।୬: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ଲୋକସଭା ର୍ନିବାଚନରେ ଜିତି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି। ଏଥି ସହିତ, ପିଏମ ମୋଦୀ ୨୦୨୪ ଲୋକସଭା ର୍ନିବାଚନରେ ଜିତିବା ପରେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଯିବାକୁ ବାହାରିଛନ୍ତି। ସେ ଜି ୭ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଇଟାଲୀ ଯିବେ ।

ବୈଦେଶିକ ସଚିବ ବିନୟ କ୍ୱାଟ୍ରା ନୂଆଦିଲ୍ଲୀରେ କହିଛନ୍ତି ଯେ ଶୁକ୍ରବାର ଦିନ ହେବାକୁ ଥିବା ସମ୍ମିଳନୀରେ ଭାରତକୁ ଆମନ୍ତ୍ରଣ କରାଯାଇଛି। ଏହି ଗସ୍ତ ଭାରତ ଏବଂ ଗ୍ଲୋବାଲ ସାଉଥ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ହେବାକୁ ଥିବା ଆଲୋଚନାଚକ୍ରରେ ବିଶ୍ୱ ନେତାଙ୍କ ସହ ସାମଲ୍‌ ହେବାର ଏକ ସୁଯୋଗ ହେବ ବୋଲି ସେ କହିଛନ୍ତି।

ଏହି ସମ୍ମିଳନୀରେ ୧୧ତମ ଥର ଅଂଶଗ୍ରହଣ କରିବା ଭାରତ । ପ୍ରଧାନମନ୍ତ୍ରୀ ମୋଦୀ କ୍ରମାଗତ ପଞ୍ଚମ ଥର ପାଇଁ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଜି ୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନ୍ୟ ଦେଶର ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବାର ସମ୍ଭାବନା ରହିଛି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ଏକ ବୈଠକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri