Posted inଜାତୀୟ

ସୁରସାମ୍ରାଜ୍ଞୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୮।୯: ଆଜି ସୁରସାମ୍ରାଜ୍ଞୀ ଲତା ମଞ୍ଜେସକରଙ୍କ ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଆଜି ତାଙ୍କ ପ୍ରଶଂସକଙ୍କ ସହ ଲତା ଦିଦିଙ୍କ ପାଇଁ ଏବଂ ବଲିଉଡ ପାଇଁ ମଧ୍ୟ ଏକ ବିଶେଷ ଦିନ। ପ୍ରଶଂସକ ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି। ଏଭଳି ପରିସ୍ଥିତିରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୁରସାମ୍ରାଜ୍ଞୀଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଟୁଇଟ୍‌ କରି ତାଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ କରି ଲେଖିଛନ୍ତି, ସମ୍ମାନିତ ଲତା ଦିଦିଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ସୁମଧୁର ସ୍ବର ସମଗ୍ର ବିଶ୍ୱରେ ଗୁଞ୍ଜରଣ କରେ। ତାଙ୍କର ନମ୍ରତା ଏବଂ ଭାରତୀୟ ସଂସ୍କୃତି ପ୍ରତି ଆଗ୍ରହ ଥିବାରୁ ତାଙ୍କୁ ସମ୍ମାନିତ କରାଯାଏ। ବ୍ୟକ୍ତିଗତ ଭାବରେ, ତାଙ୍କର ଆଶୀର୍ବାଦ ମହାନ ଶକ୍ତିର ଉତ୍ସ ଅଟେ। ମୁଁ ଲତା ଦିଦିଙ୍କ ଏକ ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରୁଛି।
ସୋସିଆଲ ମିଡିଆରେ ଏହି ଟୁଇଟ ବହୁତ ଭାଇରାଲ ହେବାରେ ଲାଗିଛି। ଲତା ମଙ୍ଗେଶକର ୨୮ ସେପ୍ଟେମ୍ବର ୧୯୨୯ରେ ମଧ୍ୟପ୍ରଦେଶର ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଲତା ଦିଦି ତାଙ୍କ ଜୀବନରେ ଅନେକ ସଫଳତା ହାସଲ କରିଛନ୍ତି । ସେ ଗୀତ କ୍ଷେତ୍ରରେ ଅନେକ ସମ୍ମାନ ମଧ୍ୟ ପାଇଛନ୍ତି। ଗୀତ କ୍ଷେତ୍ରରେ ତାଙ୍କର ଅମୂଲ୍ୟ ଅବଦାନ ପାଇଁ ତାଙ୍କୁ ଭାରତ ରତ୍ନ, ପଦ୍ମଭୂଷଣ, ପଦ୍ମ ଭୂଷଣ ଏବଂ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଛି। ଲତା ଦିଦି କୋଡ଼ିଏରୁ ଅଧିକ ଭାରତୀୟ ଭାଷାରେ ୩୦ ହଜାରରୁ ଅଧିକ ଗୀତ ଗାଇଥିଲେ।

Narendra Modi, Lata Mangeshkar, Narendra Modi Tweet, Lata Mangeshkar Birthday, Lata Mangeshkar 92th birthday, Social Media, Viral Tweet, लता मंगेशकर , नरेंद्र मोदी

 


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?