Posted inଜାତୀୟ

ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨।୫: ୫ଟି ରାଜ୍ୟର ନିର୍ବାଚନ ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ ନେତା ଏମ.କେ ଷ୍ଟାଲିନ ଏବଂ ଅନ୍ୟ ରାଜ୍ୟର ବିଜେତା ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ। ଏହି କ୍ରମରେ ମମତା ବାନାର୍ଜୀଙ୍କୁ ବିଶେଷ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି – ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସର ବିଜୟ ପାଇଁ ମମତା ବାନାର୍ଜୀଙ୍କୁ ଅନେକ ଅନେକ ଶୁଭେଚ୍ଛା। କରୋନା ମହାମାରୀ ମୁକାବିଲା ପାଇଁ ରାଜ୍ୟ କେନ୍ଦ୍ର ସରକାରଙ୍କଠାରୁ ସମସ୍ତ ସହାୟତା ପାଇବ। ଏହାସହ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ଲୋକଙ୍କୁ ମଧ୍ୟ ଧନ୍ୟବାଦ ଜଣାଇ ଲେଖିଛନ୍ତି- ଆମ ପାର୍ଟିକୁ ଆଶୀର୍ବାଦ ଦେଇଥିବାରୁ ମୁଁ ପଶ୍ଚିମବଙ୍ଗର ଭାଇ ଓ ଭଉଣୀମାନଙ୍କୁ ଧନ୍ୟବାଦ ଦେଉଛି। ଭାଜପା ରାଜ୍ୟବାସୀଙ୍କ ସେବା ଜାରି ରଖିବ। ନିର୍ବାଚନରେ କରାଯାଇଥିବା ଅକ୍ଲାନ୍ତ ପରିଶ୍ରମ ପାଇଁ ମୁଁ ପ୍ରତ୍ୟେକ ଦଳର କର୍ମୀଙ୍କୁ ଧନ୍ୟବାଦ ଦେଉଛି।

ଏହା ବ୍ୟତୀତ କେରଳ ବିଧାନସଭା ନିର୍ବାଚନରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି- କରୋନା ମହାମାରୀ ସମେତ ଅନ୍ୟାନ୍ୟ ପ୍ରସଙ୍ଗରେ ଆମେ କାର୍ଯ୍ୟ ଜାରି ରଖିବୁ। ଏହାସହ ପ୍ରଧାନମନ୍ତ୍ରୀ ମଧ୍ୟ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହା ମଧ୍ୟ କହିଛନ୍ତି ଯେ, ଆମ ଦଳର କର୍ମୀମାନେ ରାଜ୍ୟବାସୀଙ୍କ ସେବା ଜାରି ରଖିବେ।

ତାମିଲନାଡୁରେ ଡିଏମକେ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ମୋଦି ଷ୍ଟାଲିନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି ଯେ ମିଳିତ ଭାବେ ଆମେ ଦେଶର ବିକାଶ ପାଇଁ କାର୍ଯ୍ୟ ଜାରି ରଖିବୁ। ଏଥି ସହିତ ମୋଦି କହିଛନ୍ତି ଯେ ଆମକୁ ପୁନର୍ବାର ଚୟନ କରିଥିବାରୁ ଆସାମବାସୀଙ୍କୁ ଧନ୍ୟବାଦ ଦେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri