Posted inଜାତୀୟ

ଭୋଟିଂର ଗୋଟିଏ ଦିନ ପୂର୍ବରୁ କର୍ନାଟକ ଜନତାଙ୍କ ନାମରେ ପତ୍ର ଲେଖିଲେ ମୋଦି

ନୂଆଦିଲ୍ଲୀ,୯।୫: ବୁଧବାର ଅର୍ଥାତ୍‌ ମେ ୧୦ରେ ହେବାକୁ ଯାଉଛି କର୍ନାଟକ ବିଧାନସଭା ନିର୍ବାଚନ। ରାଜ୍ୟରେ ୩୮ବର୍ଷ ଧରି ଚାଲିଆସୁଥିବା ବିରୋଧୀ ଲହରକୁ ଭାଙ୍ଗି ଲଗାତାର ଦ୍ୱିତୀୟ ଥର ବିଜୟୀ ହେବାକୁ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ଲକ୍ଷ୍ୟ ରଖିଛି। ଏହି ସମୟରେ କର୍ନାଟକ ବିଧାନସଭା ର୍ନିବାଚନର ଗୋଟିଏ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଏକ ଚିଠି ଦେଇଛନ୍ତି। ମୋଦି ଏହାକୁ ତାଙ୍କ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ସହ ଶେୟାର କରିଛନ୍ତି। ଏହା ବ୍ୟତୀତ ସେ ଏକ ଭିଡିଓ ମାଧ୍ୟମରେ ଭୋଟ ଦେବାକୁ ମଧ୍ୟ ନିବେଦନ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଚିଠିରେ ଲେଖିଛନ୍ତି, ଆପଣମାନେ ମୋତେ ସର୍ବଦା ଭଲପାଇବା ଏବଂ ସ୍ନେହରେ ବାନ୍ଧି ରଖିଛନ୍ତି। ଏହା ମୋ ପାଇଁ ଏକ ଈଶ୍ୱରୀୟ ଆଶୀର୍ବାଦ ପରି ଲାଗୁଛି । ‘ସ୍ବାଧିନତାର ଅମୃତକାଳ’ରେ ଆମେ ଭାରତୀୟମାନେ ଆମର ପ୍ରିୟ ଦେଶକୁ ଏକ ବିକଶିତ ରାଷ୍ଟ୍ର କରିବା ପାଇଁ ଲକ୍ଷ୍ୟ ରଖିଛୁ। କର୍ନାଟକ ଏହାର ଦୂରଦୃଷ୍ଟି ସାକାର କରିବାକୁ ଏହି ଆନ୍ଦୋଳନକୁ ଆଗେଇ ନେବାକୁ ଆଗ୍ରହୀ ।

ଭାରତ ହେଉଛି ପଞ୍ଚମ ବୃହତ୍ତମ ଅର୍ଥନୀତି। ଆମର ପରବର୍ତ୍ତୀ ଲକ୍ଷ୍ୟ ହେଉଛି ଶୀର୍ଷ ତିନିରେ ପହଞ୍ଚିବା । ଏହା ସମ୍ଭବ ଯେତେବେଳେ କର୍ନାଟକ ଦ୍ରୁତ ଗତିରେ ୧ ଟ୍ରିଲିୟନ ଡଲାରର ଅର୍ଥନୀତିରେ ପହଞ୍ଚିବ। ସେ ତାଙ୍କ ଚିଠିରେ କର୍ନାଟକବାସୀଙ୍କ ପ୍ରତି ଦଳର ପ୍ରତିବଦ୍ଧତା ଉପରେ ଆଲୋକପାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri