ଶେଷରେ ଗାଦି ଛାଡ଼ିଦେଲେ ପ୍ରଧାନମନ୍ତ୍ରୀ ଓଲି: ସୋସିଆଲ ମିଡିଆ ଉପରେ କଟକଣା ଲଗାଇବା ପଡ଼ିଲା ମହଙ୍ଗା

କାଠମାଣ୍ଡୁ,୯ା୯: ଆମେରିକା, ୟୁରୋପୀୟ ସଂଘ (ଇୟୁ), ବ୍ରାଜିଲ, ଭାରତ, ଚାଇନା ଓ ଅଷ୍ଟ୍ରେଲିଆ ସମେତ ବିଶ୍ୱର ବିଭିନ୍ନ ଭାଗରେ ଅପପ୍ରଚାର, ଡେଟା ପ୍ରିଭେସି, ଅନ୍‌ଲାଇନ୍‌ ସେଫ୍ଟି ଓ ଜାତୀୟ ସୁରକ୍ଷା ପ୍ରସଙ୍ଗରେ ସରକାରମାନେ କଟକଣା ଲଗାଉଥିବାବେଳେ ନେପାଳ ମଧ୍ୟ ଅନୁରୂପ ପନ୍ଥା ଆପଣାଇ ଫସିଯାଇଛି। ବିରୋଧର ସାମ୍ନା କରି ଶେଷରେ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ନିଜ ପଦରୁ ଇସ୍ତଫା ଦେଇଛନ୍ତି।
ଓଲିଙ୍କ ନେତୃତ୍ୱାଧୀନ ସିପିଏନ୍‌(ୟୁଏନ୍‌ଏଲ୍‌)-କଂଗ୍ରେସ ମେଣ୍ଟ ସରକାର ଗତ ଗୁରୁବାରଠାରୁ ନେପାଳରେ ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ୍‌, X, ୟୁଟ୍ୟୁବ୍‌, ହ୍ବାଟ୍ସଆପ୍‌, ଲିଙ୍କେଡ୍‌ଇନ୍‌, ରେଡିଟ୍‌ ସମେତ ୨୬ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଉପରେ ନିଷେଧାଦେଶ ଜାରି କରିଥିଲେ। ଏହାକୁ ନେଇ ଦେଶରେ ବିରୋଧ ଦେଖାଯାଇଥିଲା। ଫଳରେ ସରକାର ଏହା ଉପରୁ ନିଷେଧାଦେଶ ଉଠାଇଦେଇଥିଲେ। ଏହାର କିଛି ଘଣ୍ଟା ପରେ ପ୍ରଧାନମନ୍ତନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ପୃଥ୍ବୀ ସୁବ୍ବା ଗୁରୁଙ୍ଗ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌

ସୂଚନାଯୋଗ, ସାମାଜିକ ଗଣମାଧ୍ୟମ ଉପରେ ଏପରି କଠୋର କଟକଣାକୁ ଯୁବପିଢ଼ି ନାପସନ୍ଦ କରିଥିଲେ। ସରକାର ଏସବୁକୁ ବ୍ୟାନ୍‌ କରି ଦୁର୍ନୀତି ବିରୋଧୀ ସ୍ବରକୁ ଚପାଇଦେବାକୁ ଉଦ୍ୟମ କରୁଥିବା ଦର୍ଶାଇ ସୋମବାର ଅନେକ ହଜାର ଛାତ୍ରୀଛାତ୍ର ଜେନ୍‌ ଜେଡ୍‌ (୧୯୯୬ରୁ ୨୦୧୦ ମଧ୍ୟରେ ଜନ୍ମିତ ପିଢ଼ି) ବ୍ୟାନରରେ ଆନ୍ଦୋଳନରେ ସାମିଲ ହୋଇଥିଲେ॥ ସୋମବାର ସ୍କ୍‌ୁଲ ଛାତ୍ରୀଛାତ୍ରଙ୍କ ସମେତ ଖବରଦାତା ଓ ସାମାଜିକ ଅଧିକାର କର୍ମୀମାନେ ବିକ୍ଷୋଭ ଶୋଭାଯାତ୍ରାରେ ବାହାରି କାଠମାଣ୍ଡୁ କେନ୍ଦ୍ରସ୍ଥଳରେ ଥିବା ପାର୍ଲାମେଣ୍ଟ ଆଗରେ ଏକତ୍ରିତ ହୋଇଥିଲେ। ସେମାନେ ସେଠାରେ ସରକାର ବିରୋଧୀ ସ୍ଲୋଗାନ ଦେଇ ତୁରନ୍ତ ସୋସିଆଲ ମିଡିଆ ଉପରୁ ନିଷେଧାଦେଶ ପ୍ରତ୍ୟାହାର ପାଇଁ ଦାବି କରିଥିଲେ। ବିକ୍ଷୋଭକାରୀମାନେ ପାର୍ଲାମେଣ୍ଟ ପରିସରକୁ ଧସେଇ ପଶିବାବେଳେ ଆନ୍ଦୋଳନ ହିଂସାର ରୂପ ନେଇଥିଲା। ପୋଲିସ ସେମାନଙ୍କ ଉପରେ ଲାଠିମାଡ଼ କରିବା ସହ ଲୁହବୁହା ବାଷ୍ପ ଓ ରବର ବୁଲେଟ୍‌ ପ୍ରୟୋଗ କରିଥିଲେ। ଇତିମଧ୍ୟରେ ପୋଲିସର ଗୁଳିମାଡ଼ରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ସିଭିଲ୍‌ ହସ୍ପିଟାଲ, ଟ୍ରମା ସେଣ୍ଟର, ଏଭରେଷ୍ଟ ହସ୍ପିଟାଲ, କାଠମାଣ୍ଡୁ ମେଡିକାଲ କଲେଜ, ତ୍ରିଭୁବନ ୟୁନିଭର୍ସିଟି ଟିଚିଂ ହସ୍ପିଟାଲ ଆଦିରେ ଭର୍ତ୍ତି କରାଯାଇଛି। ଏଥିରେ କେତେଜଣ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। ସ୍ଥିତି ଅଣାୟତ୍ତ ହେବା ପରେ ନିୟନ୍ତ୍ରଣକୁ ଆଣିବା ପାଇଁ ସରକାର ସେନାକୁ ମୁତୟନ କରିଛନ୍ତି। ରାଜଧାନୀର ବିଭିନ୍ନ ଅଞ୍ଚଳରେ ସ୍ଥାନୀୟ ପ୍ରଶାସନ କର୍ଫ୍ୟୁ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri