Posted inଜାତୀୟ

କେନ୍ଦ୍ର ଯୋଗାଇଥିବା ଭେଣ୍ଟିଲେଟରର ହେବ ତଦନ୍ତ

ନୂଆଦିଲ୍ଲୀ, ୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ସମ୍ବଳ ବୃଦ୍ଧି ଉପରେ ସେ ଗୁରୁତ୍ୱ ଦେବା ସହ ଘରକୁ ଘର ଯାଇ ପରୀକ୍ଷା କରାଇବାକୁ ପରାମର୍ଶ ଦେଇଛନ୍ତି। ସ୍ଥାନୀୟ ସ୍ତରରେ ବିଶେଷ କରି ଅତ୍ୟଧିକ ପଜିଟିଭ୍‌ ହାର ଥିବା ଜିଲାଗୁଡ଼ିରେ କଣ୍ଟେନମେଣ୍ଟ ରଣନୀତି ବର୍ତ୍ତମାନ ସମୟର ଆବଶ୍ୟକତା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ରାଜ୍ୟଗୁଡିକୁ କୋଭିଡ୍‌ ସମ୍ପର୍କିତ ତଥ୍ୟ ସ୍ବଚ୍ଛତାର ସହ ଉପସ୍ଥାପନ କରିବା ଲାଗି ପ୍ରୋତ୍ସାହିତ କରିଥିଲେ। କେତେକ ରାଜ୍ୟ କୋଭିଡ୍‌ ସଂକ୍ରମଣ ଓ ମୃତ୍ୟୁ ସମ୍ପର୍କରେ ଠିକ୍‌ ରିପୋର୍ଟ ଦେଉ ନ ଥିବା ନେଇ ଖବର ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀ ଏଭଳି ମନ୍ତବ୍ୟ ଦେଇଛନ୍ତି। ଗ୍ରାମାଞ୍ଚଳରେ ଅକ୍ସିଜେନ୍‌ ଯୋଗାଣ ସୁଗମ କରିବା ପାଇଁ ଏକ ସୁଷମ ବଣ୍ଟନ ଯୋଜନା କାର୍ଯ୍ୟକାରୀ କରିବା ଆବଶ୍ୟକ। ଅକ୍ସିଜେନ କନ୍‌ସେଣ୍ଟ୍ରେଟର ଓ ଅନ୍ୟାନ୍ୟ ମେଡିକାଲ ଉପକରଣର ଉପଯୁକ୍ତ ପରିଚାଳନା ପାଇଁ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଆବଶ୍ୟକ ତାଲିମ ଦେବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ।
ଗତବର୍ଷ କରୋନାର ପ୍ରଥମ ଲହରରେ ଗ୍ରାମାଞ୍ଚଳ ବିଶେଷ ପ୍ରଭାବିତ ହୋଇ ନ ଥିଲା। କିନ୍ତୁ ଏଥର କରୋନା ଦ୍ୱିତୀୟ ଲହର ସହରାଞ୍ଚଳ ସମେତ ଗ୍ରାମାଞ୍ଚଳକୁ ମଧ୍ୟ ଗମ୍ଭୀର ଭାବେ ପ୍ରଭାବିତ କରିଛି। ସେହିପାଇଁ ଗ୍ରାମାଞ୍ଚଳରେ ଆଶା ଏବଂ ଅଙ୍ଗନବାଡ଼ି କର୍ମୀମାନଙ୍କୁ ଆବଶ୍ୟକ ଯନ୍ତ୍ରପାତି ସହ ସଶକ୍ତୀକରଣ କରାଇବା ସପକ୍ଷରେ ମୋଦି କହିଥିଲେ। ଏବେ ଦେଶରେ ସପ୍ତାହକୁ ପାଖାପାଖି ୧.୩ କୋଟି ପରୀକ୍ଷା କରାଯାଉଛି, ଯାହା ମାର୍ଚ୍ଚରେ ୫୦ ଲକ୍ଷ ଥିଲା। ଏବେ ଉଭୟ ଆର୍‌ଟି-ପିସିଆର୍‌ ଏବଂ ରାପିଡ୍‌ ଆଣ୍ଟିଜେନ ପରୀକ୍ଷା ଆହୁରି ବଢ଼ାଇବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହା ବ୍ୟତୀତ କେନ୍ଦ୍ର ସରକାର ଯୋଗାଇ ଦେଇଥିବା ଭେଣ୍ଟିଲେଟରଗୁଡ଼ିକ କାର୍ଯ୍ୟ କରୁଛି କି ନାହିଁ ତାହାର ତୁରନ୍ତ ଅଡ଼ିଟ କରିବା ଲାଗି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ କେତେକ ରାଜ୍ୟରେ ଭେଣ୍ଟିଲେଟର ଗୁଡ଼ିକ ଅଚଳ ହୋଇ ପଡ଼ିରହିଥିବା ଖବର ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri