Posted inରାଜ୍ୟ

ଓଡ଼ିଶା ସରକାରଙ୍କ ବାତ୍ୟା ପ୍ରସ୍ତୁତିର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର,୨୪।୧୦: ବାତ୍ୟା ଦାନା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ମାଡ଼ ହେବାକୁ ଥିବା ବାତ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଯେଉଁଠି ଓଡ଼ିଶାର କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

ପୁର୍ବାହ୍ନର ବାତ୍ୟା ପ୍ରସ୍ତୁତିର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖବରଦାତା ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ସନ୍ତୁଷ୍ଟ ଥିବା ସେ କହିଥିଲେ। ଏଥିସହିତ ଆଉ କିଛି ଆବଶ୍ୟକ ହେଲେ, ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ତେବେ ରାଜ୍ୟ ସରକାର ଯାହା କେନ୍ଦ୍ରଠାରୁ ସାହାଯ୍ୟ ମାଗିଥିଲେ ସବୁ ମିଳିଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସାମୁଦ୍ରିକ ବାତ୍ୟା ‘ଦାନା’ ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ସ୍ପର୍ଶ କରି ପୁରୀ ଓ ସାଗରଦ୍ୱୀପ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ସାମୁଦ୍ରିକ ଝଡ଼ ଦାନାର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୫ ଘଣ୍ଟା ଧରି ଚାଲିବ।

ଏଥିରେ ୧୧ ଜିଲାର ୩୮ ବ୍ଲକ, ୯ ପୌରାଞ୍ଚଳ ପ୍ରଭାବିତ ହୋଇପାରେ। ମୋଟ ୧୬୫୩ ଗାଁ ବାତ୍ୟା ଦ୍ବାରା ପ୍ରଭାବିତ ହେବାର ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୧୬୫୩ ଗାଁରୁ ୩ ଲକ୍ଷ ୬୨ ହଜାର ଲୋକ ସ୍ଥାନାନ୍ତର ହେବେ। ଏଯାବତ ୩ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବାତ୍ୟା ଲ୍ୟାଣ୍ଡଫଲ ସମୟରେ ଅତିପ୍ରବଳ ବର୍ଷା ହେବା ସହିତ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିବ। ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମୟରେ ୧ ମିଟର ଉଚ୍ଚତାର ଜୁଆର ଆସିବାର ସମ୍ଭାବନା ରହିଛି। ସାମୁଦ୍ରିକ ଝଡ଼ ଦାନା ପ୍ରଭାବରେ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ସହ ସ୍ଥଳ ବିଶେଷରେ ଏହା ୧୨୦ କିଲୋମିଟରକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଯାଜପୁର, କେନ୍ଦ୍ରାପଡା, ଢ଼େଙ୍କାନାଳ, ଅନୁଗୁଳ, କଟକ ଏବଂ ଜଗତ୍‌ସିଂହପୁରରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଧାମରା, ପାରାଦ୍ୱୀପ ଏବଂ ପୁରୀରେ ୧୦ନମ୍ବର ବିପଦ ସଙ୍କେତ ଦିଆଯାଇଥିବାବେଳେ ଗୋପାଳପୁର ବନ୍ଦରରେ ୮ ନମ୍ବର ବିପଦ ସଙ୍କେତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?