Posted inଜାତୀୟ

ପ୍ରଧାନମନ୍ତ୍ରୀ ନିଜ ବନ୍ଧୁଙ୍କୁ କରୁଛନ୍ତି ରକ୍ଷା: ରାହୁଲ

ନୂଆଦିଲ୍ଲୀ,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲୋକ ସଭାରେ ବିରୋଧୀ ଦଳକୁ ଟାର୍ଗେଟ୍‌ କରିଛନ୍ତି। କିନ୍ତୁ ବ୍ୟବସାୟୀ ଗୌତମ ଆଦାନୀଙ୍କ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ଅଭିଯୋଗ ଉପରେ ପ୍ରଧାନମନ୍ତ୍ରୀ କିଛି କହି ନାହାଁନ୍ତି। ଏ ସମ୍ପର୍କରେ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ତାଙ୍କୁ ଘେରିଛନ୍ତି। ପ୍ରଧାନମନ୍ତ୍ରୀ ଆଦାନୀଙ୍କୁ ରକ୍ଷା କରୁଥିବା ଅଭିଯୋଗ କରି ରାହୁଲ କହିଛନ୍ତି, ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ଗୋଟିଏ ବି ଜବାବ ଦେଇନାହାଁନ୍ତି। ତାଙ୍କ ଭାଷଣରେ ସତ୍ୟ ଦୃଶ୍ୟମାନ ହେଉଛି। ଯଦି ସେ (ଆଦାନୀ) ତାଙ୍କ ବନ୍ଧୁ ନୁହଁନ୍ତି, ତେବେ ପ୍ରଧାନମନ୍ତ୍ରୀ ତଦନ୍ତ ହେବ ବୋଲି କହିପାରିଥାନ୍ତେ।
ଲୋକ ସଭାରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ ପରେ ଗୃହ ବାହାରେ ଗଣମାଧ୍ୟରେ ଆଗରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ରାହୁଲ ଆହୁରି ମଧ୍ୟ କହିଛନ୍ତି, ତାଙ୍କ (ଆଦାନୀ) ସେଲ କମ୍ପାନୀ, ପ୍ରତିରକ୍ଷା ଶିଳ୍ପରେ ବହୁ ବେନାମୀ ଟଙ୍କା ବୁଲୁଛି। ପ୍ରଧାନମନ୍ତ୍ରୀ ଏହା ଉପରେ କିଛି କହିନାହାଁନ୍ତି। ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ, ପ୍ରଧାନମନ୍ତ୍ରୀ ସେମାନଙ୍କୁ ସୁରକ୍ଷା ଦେଉଛନ୍ତି। ଏହା ଜାତୀୟ ସୁରକ୍ଷା, ଭିତ୍ତିଭୂମି ବିଷୟ, ପ୍ରଧାନମନ୍ତ୍ରୀ ଏହା ଉପରେ କହିବା ଉଚିତ୍‌ ଥିଲା ଯେ ସେ ତଦନ୍ତ ନିର୍ଦ୍ଦେଶ ଦେବେ। ଏହା ଏକ ବଡ ଘୋଟାଲା। ସେ ନିଶ୍ଚିତ ଭାବରେ ସେମାନଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri