Posted inଜାତୀୟ

ଢିଲା ସୁରକ୍ଷା ବ୍ୟବସ୍ଥା ଉପରେ ଆଜି ଶୁଣାଣି

ନୂଆଦିଲ୍ଲୀ,୭ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ବେଳେ ସୁରକ୍ଷାରେ ତ୍ରୁଟିକୁ ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି ସମ୍ପର୍କିତ ଏକ ପିଟିଶନର ଶୁଣାଣି ଶୁକ୍ରବାର ସୁପ୍ରିମକୋର୍ଟରେ ହେବ। ଏନେଇ ସର୍ବୋଚ୍ଚ ଅଦାଲତ ଗୁରୁବାର ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ବୁଧବାର ପଞ୍ଜାବର ଫିରୋଜପୁର ଯାଉଥିବାବେଳେ କୃଷକମାନେ ଏହାକୁ ବିରୋଧକରି ରାସ୍ତା ଅବରୋଧ କରିଥିଲେ। ଫଳରେ ମୋଦି ଏକ ଫ୍ଲାଏଓଭରରେ ପ୍ରାୟ ୨୦ ମିନିଟ ଧରି ଫସିରହିବା ପରେ ସଭା ବାତିଲ କରି ଦିଲ୍ଲୀ ଫେରିଯାଇଥିଲେ। ଏଥିଲାଗି ଭାଜପା ପଞ୍ଜାବର କଂଗ୍ରେସ ସରକାର ଉପରେ ଦୋଷ ଲଦିଥିବାବେଳେ ଏହି ପ୍ରସଙ୍ଗରେ ଜାତୀୟ ରାଜନୀତି ସରଗରମ ହୋଇଛି।

ଭବିଷ୍ୟତରେ ଯେପରି ଏହାର ପୁନରାବୃତ୍ତି ନ ହୁଏ ତାହା ସୁନିଶ୍ଚିତ କରିବା ଲାଗି ବରିଷ୍ଠ ଆଇନଜୀବୀ ମନିନ୍ଦର ସିଂ ଗୁରୁବାର ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର କରି ଏହାର ତ୍ୱରିତ ଶୁଣାଣି ନିମନ୍ତେ ପ୍ରାର୍ଥନା କରିଛନ୍ତି। ମନିନ୍ଦର କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ପଞ୍ଜାବ ପୋଲିସ ପକ୍ଷରୁ ନିଆଯାଇଥିବା ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କିତ ସମସ୍ତ ପ୍ରମାଣ ସଂଗ୍ରହ କରିବା ଲାଗି ବଠିଣ୍ଡା ଜିଲା ଜଜ୍‌ଙ୍କୁ ନିର୍ଦ୍ଦେଶ ଦିଆଯାଉ। ଏହି ଘଟଣା ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେ ନିବେଦନ କରିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭ. ରମନାଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ହିମା କୋହିଲଙ୍କୁ ନେଇ ଗଠିତ ଖଣ୍ଡପୀଠ ଏନେଇ ପଞ୍ଜାବ ସରକାରଙ୍କୁ ନୋଟିସ କରିଛନ୍ତି। ଏଥିସହ ଶୁକ୍ରବାର ପ୍ରଥମେ ଏହି ପ୍ରସଙ୍ଗରେ ବିଚାର କରାଯିବ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri