Posted inଜାତୀୟ

ପଞ୍ଜାବରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ପ୍ରୟାସ ଚାଲିଛି

ନୂଆଦିଲ୍ଲୀ,୭।୧: ଢ଼ିଲା ସୁରକ୍ଷା ବ୍ୟବସ୍ଥା କାରଣରୁ ୨୦ ମିନିଟ୍‌ ପାଇଁ ଏକ ଫ୍ଲାଏଓଭରରେ ଫସି ରହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି କରିବା ଲାଗି କେନ୍ଦ୍ର ସରକାର ଏକ ବଡ଼ ଷଡ଼ଯନ୍ତ୍ର କରିଥିବା ଅଭିଯୋଗ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି।

“ପଞ୍ଜାବ ଓ ପଞ୍ଜାବୀଙ୍କୁ ବଦନାମ କରିବା ପାଇଁ ଏହା ଏକ ବଡ଼ ଷଡ଼ଯନ୍ତ୍ର। ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ଲାଗି ଏହା ଏକ ପ୍ରୟାସ। ସେମାନେ ପଞ୍ଜାବ ଓ ପଞ୍ଜାବୀଙ୍କ ଉପରେ ଏତେ ବଡ଼ ଅଭିଯୋଗ ଆଣିଛନ୍ତି। ଆମକୁ ହତ୍ୟାକରୀ ଦର୍ଶାଉଛନ୍ତି। ଆମେ ଜାତୀୟତାବାଦୀ। ଆମେ ଦେଶ ପାଇଁ ଅନେକ ଯୁଦ୍ଧ ଲଢ଼ିଛୁ। କାର୍ଯ୍ୟସ୍ଥଳରେ ଆମର ଅନେକ ସଦସ୍ୟ ପ୍ରାଣ ହରାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପାଇଁ ମୁଁ ପ୍ରଥମେ ଗୁଳି ଖାଇବାକୁ ପ୍ରସ୍ତୁତ ଥିବା ମୁଁ କହିସାରିଛି ” ବୋଲି ୪ ମାସ ହେଲା ମୁଖ୍ୟମନ୍ତ୍ରୀ ଗାଦିରେ ବସିଥିବା ଚନ୍ନି କହିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଜୀବନକୁ ବିପଦରେ ପକାଇବା ଅଭିଯୋଗକୁ ଖଣ୍ଡନ କରି ଦଳିତ କଂଗ୍ରେସ ନେତା କହିଛନ୍ତି, ତୁମ ଜୀବନକୁ କେଉଁଠି ବିପଦ ଥିଲା। ତୁମର ଏକ କିଲୋମିଟର ପର୍ଯ୍ୟନ୍ତ କେହି ନ ଥିଲେ। ତୁମକୁ ପଥର ପକାଇ ନାହାନ୍ତି, ଗୁଳି କରି ନାହାନ୍ତି, କେହି ତୁମ ବିରୋଧରେ ସ୍ଲୋଗାନ ମଧ୍ୟ ଦେଉ ନ ଥିଲେ। ତୁମେ କେଉଁ ଆଧାରାରେ କହିପାରିବ, ମୁଁ ଜୀବନ ବଞ୍ଚେଇ ଫେରି ଆସିଲି। ଜଣେ ବଡ଼ ନେତାଙ୍କ ଠାରୁ ଏଭଳି ସମ୍ବେଦନଶୀଳ ମନ୍ତବ୍ୟ ଦେବା ଉଚିତ ନୁହେଁ। ଲୋକେ ତୁମକୁ ଭୋଟ ଦେଇ ପ୍ରଧାନମନ୍ତ୍ରୀ କରିଛନ୍ତି। ତୁମେ ଏଭଳି ଦାୟିତ୍ୱହୀନ ମନ୍ତବ୍ୟ ଦେବା ଉଚିତ ନୁହେଁ। ତୁମେ କହୁଛ, ଆମେ ଆମ ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଚାହୁଁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri