ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

ମନମୋହନ ସାମଲ କହିଛନ୍ତି ଯେ, ରାଜ୍ୟର ଭାଜପା ସରକାର କ’ଣ କାର୍ଯ୍ୟ କରିଛନ୍ତି, ତାହାର ପୂର୍ଣ୍ଣ ତଥ୍ୟ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ମାଗାଯାଇଛି। ବିଶେଷ କରି ଗତ ଦୁଇ ବର୍ଷର କାର୍ଯ୍ୟର ତଥ୍ୟ ଦେବାକୁ କୁହାଯାଇଛି।

ସେ ଆହୁରି କହିଛନ୍ତି ଯେ, ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟକୁ ନିମନ୍ତ୍ରଣ କରାଯାଇଛି ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏହି ଆମନ୍ତ୍ରଣକୁ ସ୍ୱୀକାର କରି ଆସିବା ପାଇଁ ଆଗ୍ରହ ପ୍ରକାଶ କରିଥିବା ସେ କହିଛନ୍ତି।

ତାରିଖ ଧାର୍ଯ୍ୟ ହେଲେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବିବରଣୀ ସ୍ପଷ୍ଟ ହେବ ବୋଲି ମନମୋହନ ସାମଲ ଜଣାଇଛନ୍ତି।ଏହି ଅବସରକୁ ନେଇ ପଞ୍ଚାୟତ ଠାରୁ ଆରମ୍ଭ କରି ରାଜ୍ୟସ୍ତର ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଛି। ଏନେଇ ଚିଠା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ରହିଥିବା ବେଳେ, ଖୁବ ଶୀଘ୍ର ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ଘୋଷଣା କରାଯିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Share