Posted inଜାତୀୟ

‘୭୦ ବର୍ଷରେ ଭାରତ ଯାହା କରିଥିଲା, ସବୁ ବିକି ଦେଲେ ମୋଦି’

ନୂଆଦିଲ୍ଲୀ,୨୪।୮: ଗତ ୭୦ ବର୍ଷରେ ଭାରତରେ ସୃଷ୍ଟି କରାଯାଇଥିବା ସମସ୍ତ ସମ୍ପତ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶିଳ୍ପପତି ବନ୍ଧୁମାନଙ୍କୁ ବିକ୍ରି କରି ଦେଉଛନ୍ତି। ଏଭଳି କେନ୍ଦ୍ର ସରକାରଙ୍କ ଜାତୀୟ ମୋନେଟାଇଜେଶନ ପାଇପ୍‌ଲାଇନ (ଏନ୍‌ଏମ୍‌ପି)କୁ ସମାଲୋଚନା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ।

ଗତ ୭୦ ବର୍ଷରେ ପୂର୍ବ ସରକାର ଲୋକଙ୍କ ଟଙ୍କାରେ ଯେଉଁ ସବୁ ସମ୍ପତ୍ତି ସୃଷ୍ଟି କରିଥିଲେ, ସେଗୁଡ଼ିକୁ ମୋଦିଙ୍କ ନେତୃତ୍ୱାଧୀନ ସରକାର ବିକ୍ରି କରୁଛନ୍ତି। କେନ୍ଦ୍ର ସରକାରଙ୍କ ଏଭଳି ଘରୋଇକରଣ ନୀତିର ମୂଖ୍ୟ ଲକ୍ଷ୍ୟ ହେଉଛି ପ୍ରମୁଖ କ୍ଷେତ୍ରରେ ଏକଚାଟିଆ ବ୍ୟବସ୍ଥା କରିବା। ଯାହା ଫଳରେ ଲୋକେ ଚାକିରି ହରାଇବେ ବୋଲି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏହି ଅବସରରେ ଉପସ୍ଥିତ ଥିଲେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ।

ମୋଦି ସରକାରଙ୍କ ଦ୍ୱାରା ବିକ୍ରି କରାଯାଇଥିବା ଜାତୀୟ ସମ୍ପତ୍ତିର ଏକ ତାଲିକାକୁ ରାହୁଲ ଗଣମାଧ୍ୟମକୁ ଦେଖାଇଛନ୍ତି। ତାଲିକାରେ ଜାତୀୟ ରାଜପଥଠୁ ଆରମ୍ଭ କରି ରେଲ୍‌ଓ୍ବେ, ପାଓ୍ବାର ଟ୍ରାନ୍ସମିଶନ, ପ୍ରାକୃତିକ ଗ୍ୟାସ ପାଇପ୍‌ଲାଇନ, ପେଟ୍ରୋଲ ପାଇପ୍‌ଲାଇନ, ଟେଲିକମ, ବିମାନ ବନ୍ଦର, ଷ୍ଟାଡିୟମ ଭଳି ଅନେକ ଜାତୀୟ ସମ୍ପତ୍ତି ରହିଛି।

ତେବେ ଘରୋଇକରଣ ନୀତିକୁ ଆମେ ବିରୋଧ କରୁ ନାହୁଁ। କିନ୍ତୁ ଘରୋଇକରଣ ପାଇଁ ଏକ ନିର୍ଦ୍ଧାରିତ ପ୍ରକ୍ରିୟା ରହିବା ଉଚିତ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri