ଦିଲ୍ଲୀ ଯିବା ପାଇଁ ଅଙ୍ଗନଓ୍ବାଡି କର୍ମୀଙ୍କୁ ଚିଠି ପଠାଇଲେ ପ୍ରଧାନମନ୍ତ୍ରୀ

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): ଆଉ ଏକ ସପ୍ତାହ ପରେ ଦେଶ ପାଳିବ ୭୮ ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବମୁଖର। ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ବହୁ ଆଡ଼ମ୍ବରରେ ପାଳନ କରିବା ପାଇଁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ନୀଳକନ୍ଦର ସାହିର ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀ ଲିଲି ପୁଷ୍ପିକା ଏକ୍କାଙ୍କୁ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଚିଠି ଆସିଛି। ଆସନ୍ତା ସ୍ବାଧୀନତା ଦିବସ ପାଳନ ଅବସରରେ ହେଉଥିବା କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡି କର୍ମୀ ଯୋଗଦେବେ। ସେ ନିଜ କେନ୍ଦ୍ରକୁ ଯେଉଁଭଳି ଉତ୍ତମ ଭାବେ ସଜ୍ଜିତ କରିଛନ୍ତି। ସରକାରଙ୍କ ପକ୍ଷରୁ କେନ୍ଦ୍ରକୁ ଆସୁଥିବା ସମସ୍ତ ସୁବିଧାକୁ ସୂଚାରୁରୂପେ କାର୍ଯ୍ୟ କରି ଶିଶୁଙ୍କ ଯତ୍ନ ଓ ନିଜ କାର୍ଯ୍ୟ ସଫଳତାର ସହ କରି ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଶଂସା ପାଇଛନ୍ତି। ଉକ୍ତ କେନ୍ଦ୍ରକୁ ଶିଶୁମାନେ ଆସିବା ପାଇଁ ଆଗ୍ରହ ପ୍ରକାଶ କରୁଛନ୍ତି। ମହିଳା, ଶିଶୁ ବିଶେଷ କରି ଗର୍ଭବତୀ ମହିଳା ଓ ପ୍ରସୂତି ପରେ ଉଭୟ ମହିଳା ଓ ଶିଶୁଙ୍କ ଯତ୍ନ ସଫଳତାର ସହ କରନ୍ତି। ଏଥିସହ କେନ୍ଦ୍ରରେ ଶିଶୁମାନଙ୍କ ରନ୍ଧାଖାଦ୍ୟ ପାଇଁ ନିଜେ ଜୈବିକ ପଦ୍ଧତିରେ ପନିପରିବା ଚାଷ କରି ସ୍ବତନ୍ତ୍ର ପରିଶ୍ରମ କରି ଅଞ୍ଚଳରେ ଖ୍ୟାତି ଅର୍ଜନ କରିଛନ୍ତି ଲିଲି ପୁଷ୍ପିକା ଏକ୍କା। ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ରକୁ କେଳେ ଶିଶୁ ନୁହନ୍ତି, ଅଭିଭାବକ ହୁଅନ୍ତୁ ବା ଗ୍ରାମବାସୀ ସମସ୍ତେ କେନ୍ଦ୍ର ଦେଖିବାକୁ ଆସନ୍ତି। କାରଣ ଉକ୍ତ କେନ୍ଦ୍ର ଏକ ପାର୍କର ଭ୍ରମ ସୃଷ୍ଟି କରୁଛି। ବିଭିନ୍ନ ରଙ୍ଗବେରଙ୍ଗ ଫୁଲ ଗଛ ଓ ସୌନ୍ଦର୍ଯ୍ୟ ବୃଦ୍ଧି କରୁଥିବା ବିଭିନ୍ନ ଗଛ ଲାଗିଥିବାରୁ ପରିବେଶ ସୁନ୍ଦର ଓ ସରସ ରହିଛି। କେନ୍ଦ୍ର ପରିଚାଳନା କମିଟିର ସଭାପତି ପତିତପାବନ ରାଉତ କୁହନ୍ତି, ପୂର୍ବରୁ କେନ୍ଦ୍ରର ଅବସ୍ଥା ଭଲ ନ ଥିଲା। ଯେଉଁ ଦିନଠାରୁ ଲିଲି ପୁଷ୍ପିକା ଏକ୍କା ନିଯୁକ୍ତି ପାଇଲେ ସେ ଶିଶୁଙ୍କ ଯତ୍ନ ନେବା ସହ ଶିଶୁଙ୍କୁ ଭଲ ଶିକ୍ଷା ଦିଅନ୍ତି। ଏଥିସହ ସମୟ ବାହାର କରି ପନିପରିବା ବଗିଚା କରିବା ସହ ବିଭିନ୍ନ ଗଛ ଲଗାଇ ଏକ ପ୍ରକାର ପାର୍କ ଭଳି ସଜାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ଆମେ ଅଞ୍ଚଳବାସୀ ତାଙ୍କୁ ନେଇ ଗର୍ବିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri