ଇମ୍ରାନଙ୍କୁ ଚେତାବନୀ ଦେଲେ ଶରିଫ୍‌

ଇସଲାମାବାଦ,୯।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ୍‌ ଶରିଫ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ଦେଶରେ ଗୃହଯୁଦ୍ଧ ପାଇଁ ଷଡଯନ୍ତ୍ର କରୁଥିବା ଅଭିଯୋଗ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଏହି ଚେତାବନୀ ଦେଇଛନ୍ତି। ଇମ୍ରାନ ଏବଟାବାଦ୍‌ରେ ଦେଇଥିବା ଭାଷଣ ପାକିସ୍ତାନ ବିରୋଧରେ ଏକ ଷଡଯନ୍ତ୍ର ବୋଲି ଶେହଓ୍ବାଜ୍‌ କହିଛନ୍ତି।
ଇମ୍ରାନଙ୍କୁ କଡା ଚେତାବନୀ ଦେଇ ଶେହଓ୍ବାଜ୍‌ କହିଛନ୍ତି, ପାକିସ୍ତାନର ୨୨ କୋଟି ଲୋକ, ଦେଶର ସମ୍ବିଧାନ ତଥା ଜାତୀୟ ଅନୁଷ୍ଠାନ ଜଣେ ବ୍ୟକ୍ତିଙ୍କ ଅହଂକାରର ଦାସ ନୁହଁନ୍ତି। ଇମ୍ରାନ ଦେଶର ଲୋକଙ୍କୁ ଦାସ ଭାବରେ ରଖିବାକୁ ଚାହୁଁଛନ୍ତି, କିନ୍ତୁ ଆମେ ତାଙ୍କୁ ପାକିସ୍ତାନର ହିଟଲର ହେବାକୁ ଦେବୁ ନାହିଁ। ଇମ୍ରାନ ଅନେକ ମିଥ୍ୟା କହିଛନ୍ତି, କିନ୍ତୁ ବର୍ତ୍ତମାନ ତାଙ୍କୁ ସତ୍ୟର ସାମ୍ନା କରିବାକୁ ପଡିବ। ସେ କେବଳ ରାଜନୈତିକ ଷଡଯନ୍ତ୍ର କରୁନାହାଁନ୍ତି, ବରଂ ସେ ଦେଶ ବିରୋଧରେ ଷଡଯନ୍ତ୍ର କରୁଛନ୍ତି। ପ୍ରଥମେ ସେ ଦେଶର ଅର୍ଥନୀତିକୁ ବୁଡ଼ାଇ ଦେଇଥିଲେ ଏବଂ ଏବେ ସେ ଗୃହଯୁଦ୍ଧ ଆରମ୍ଭ କରିବାକୁ ଷଡଯନ୍ତ୍ର କରୁଛନ୍ତି।
ସୂଚନାଯୋଗ୍ୟ, ଇମ୍ରାନ ଖାନ ଏବଟାବାଦ୍‌ରେ ଏକ ପିଟିଆଇ ରାଲିରେ ଦେଇଥିବା ଭାଷଣରେ ପ୍ରଧାନମନ୍ତ୍ରୀ ଶେହଓ୍ବାଜ୍‌ ଶରିଫଙ୍କୁ ଟାର୍ଗେଟ୍‌ କରି ତାଙ୍କୁ ‘ଭିକାରୀ, ଚାକର ଏବଂ ଚୋର ବୋଲି କହିଥିଲେ। ଶରିଫ ପରିବାର ଦେଶର ଲୋକଙ୍କୁ ଏତେ ମିଛ କହିଛନ୍ତି, ଆଜି ପର୍ଯ୍ୟନ୍ତ ମୁଁ ଏଭଳି ମିଛ ଶୁଣି ନାହିଁ ବୋଲି ଇମ୍ରାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri