ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି। ଏହି ସମୟରେ ଉଭୟ ନେତା ଦିଲ୍ଲୀ ଓ ୱାଶିଂଟନ୍ ମଧ୍ୟରେ ଥିବା ‘ବ୍ୟାପକ ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀ’ର ଅଗ୍ରଗତିର ସମୀକ୍ଷା କରିଥିଲେ। ଦୁଇ ନେତା ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ କ୍ରମାଗତ ଭାବରେ ମଜବୁତ ହେଉଥିବାରୁ ସନ୍ତୋଷ ବ୍ୟକ୍ତ କରିଥିଲେ।

ପ୍ରଧାନମନ୍ତ୍ରୀ ମୋଦି ଏବଂ ଟ୍ରମ୍ପ ଦ୍ୱିପାକ୍ଷିକ ବାଣିଜ୍ୟ ବୃଦ୍ଧି ପାଇଁ ଉଭୟଙ୍କ ମିଳିତ ପ୍ରୟାସରେ ଗତି ବଜାୟ ରଖିବାର ଗୁରୁତ୍ୱ ଉପରେ ଜୋର ଦେଇଥିଲେ। ସେମାନେ ଏକବିଂଶ ଶତାବ୍ଦୀ ପାଇଁ ଥିବା ‘ଇଣ୍ଡିଆ-ୟୁଏସ୍ କମ୍ପାକ୍ଟ’ କାର୍ଯ୍ୟକାରୀ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟା, ଶକ୍ତି, ପ୍ରତିରକ୍ଷା ଏବଂ ନିରାପତ୍ତା ସମେତ ଅନ୍ୟ ପ୍ରାଥମିକତା କ୍ଷେତ୍ରରେ ସହଯୋଗ ବଢାଇବା ଉପରେ ମତ ବିନିମୟ କରିଥିଲେ।

ଏହା ବ୍ୟତୀତ ଉଭୟ ନେତା ବିଭିନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ଘଟଣାବଳୀ ଉପରେ ମଧ୍ୟ ଆଲୋଚନା କରିଥିଲେ ଏବଂ ମିଳିତ ଆହ୍ୱାନର ମୁକାବିଲା କରିବା ପାଇଁ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ରାଜି ହୋଇଥିଲେ। ଆଗାମୀ ଦିନରେ ମଧ୍ୟ ସମ୍ପର୍କରେ ରହିବାକୁ ସେମାନେ ସହମତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?