Posted inଜାତୀୟ

ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନାରେ ଆବେଦନ କରିପାରିବେନି ଏହି ଲୋକ, ଜାଣିନିଅନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନାକୁ ଗତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ। ଯାହାକୁ ପରେ ଏହି ଆବେଦନ ଆରମ୍ଭ ହୋଇଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଯୋଜନାରେ ଲାଗ ପାଇବା ପାଇଁ ଏକ କୋଟିରୁ ଅଧିକ ଲୋକ ଆବେଦନ କରିସାରିଲେଣି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟରରେ ଏକ ପୋଷ୍ଟରେ ଏହି ସୂଚନା ଦେଇଛନ୍ତି ଏବଂ ଲୋକଙ୍କୁ ଏହି ଯୋଜନା ପାଇଁ ଯଥାଶୀଘ୍ର ଆବେଦନ କରିବାକୁ କହିଛନ୍ତି।

ଯଦି ଆପଣ ମଧ୍ୟ ଏହି ଯୋଜନାରେ ଆବେଦନ କରିବାକୁ ଯାଉଛନ୍ତି, ତେବେ ଆପଣ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନାର କିଛି ସର୍ତ୍ତ ଏବଂ ନିୟମ ଜାଣିବା ଉଚିତ୍‌। ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନା ପାଇଁ ଆବେଦନ କରିବାର ପ୍ରଥମ ସର୍ତ୍ତ ହେଉଛି ଆବେଦନକାରୀ ଭାରତର ନାଗରିକ ହୋଇଥିବା ଉଚିତ୍‌। ଏହା ବ୍ୟତୀତ ନିଜର ଏକ ଘର ରହିଥିବ ଏବଂ ଘରର ଛାତ ପ୍ୟାନେଲ ସ୍ଥାପନ କରିବା ପାଇଁ ଯଥେଷ୍ଟ ବଡ଼ ରହିଥିବା ଉଚିତ୍‌। ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନା ପାଇଁ ଆବେଦନ କରୁଥିବା ବ୍ୟକ୍ତିଙ୍କ ପାଇଁ ଘରେ ଏକ ବୈଧ ବିଦ୍ୟୁତ୍‌ ସଂଯୋଗ ରହିଥିବା ମଧ୍ୟ ଆବଶ୍ୟକ । ତେବେ ଆବେଦନକାରୀ ପରିବାର ସରକାରଙ୍କ କୌଣସି ସୌର ପ୍ୟାନେଲ ଯୋଜନାର ଫାଇଦା ନେଇସାରିଛନ୍ତି କିମ୍ବା ସୌର ପ୍ୟାନେଲ ସ୍ଥାପନ କରିସାରିଛନ୍ତି, ତେବେ ସେମାନେ ଏହି ଯୋଜନାର ଲାଭ ପାଇବେ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri