ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କ୍ଷୋଭ ପ୍ରକାଶ କରିଥିଲେ। କଟକ ସଦର ବ୍ଲକ ଅନ୍ତର୍ଗତ ନାନପୁରଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଗତ ୧ ତାରିଖରେ ଆସିଥିବା ବେଳେ ଏଭଳି ମନ୍ତବ୍ୟ ଦେଇଥିଲେ। ଅନେକ ବ୍ୟକ୍ତି ବ୍ୟାଙ୍କଗୁଡ଼ିକ ଋଣ ଦେଉ ନ ଥିବା ପ୍ରସଙ୍ଗ ଉପରେ ପ୍ରଶ୍ନ ଉଠାଇଥିଲେ। ଘରୋଇ ବ୍ୟାଙ୍କ ଋଣ ଦେଉ ନ ଥିବା ବେଳେ କେବଳ ରାଷ୍ଟ୍ରାୟତ ବ୍ୟାଙ୍କ ଋଣ ଦେଉଛନ୍ତି। ମାତ୍ର ସୋଲାର ପ୍ୟାନେଲ ଲାଗିବା ପରେ ସବସିଡି ଅର୍ଥ ଗ୍ରାହକଙ୍କ ଆକାଉଣ୍ଟକୁ ଯାଉଛି। ସେମାନେ ଟଙ୍କା ଉଠାଇ ନେଇ ଆଉ ପରିଶୋଧ କରୁ ନାହାନ୍ତି। ସେଥିପାଇଁ ବ୍ୟାଙ୍କ ମାନେ ଆଉ ଋଣ ଦେବାପାଇଁ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ତେଣୁ ଏହାର ସମାଧାନ ପାଇଁ ଋଣ ଦେଇଥିବା ବ୍ୟାଙ୍କ ପାଖକୁ ଯଦି ସବ୍‌ସିଡି ଅର୍ଥ ଚାଲି ଯାଆନ୍ତା ତାହାହେଲେ ସେମାନେ ଋଣ ମଞ୍ଜୁର ପାଇଁ ଆଉ ପଛଘୁଞ୍ଚା ଦେଉ ନ ଥାନ୍ତେ। ବର୍ତ୍ତମାନ ୩ କିଲୋଓ୍ବାଟ୍‌ ପାଇଁ ୧ ଲକ୍ଷ ୩୮ ହଜାର ଟଙ୍କା ଓ ୨ କିଲୋୱାଟ ପାଇଁ ୧ଲକ୍ଷ ୧୦ ହଜାର ଟଙ୍କା ସବସିଡି ସରକାର ଦେଉଛନ୍ତି। ଏତଦ୍‌ବ୍ୟତୀତ ୧ କିଲୋଓ୍ବାଟ ପାଇଁ ମାତ୍ର ୧୮୭୫ ଟଙ୍କା ଦେବାକୁ ପଡ଼ୁଛି। ମନ୍ତ୍ରୀ ସିଂହଦେଓ ଏହା ଉପରେ ବିଚାର କରିବେ ବୋଲି ନାନପୁରଠାରେ ବିଦ୍ୟୁତ୍‌ ଉପଭୋକ୍ତାମାନଙ୍କୁ ପ୍ରତିଶ୍ରୁତି ଦେଇ ଚାଲିଗଲେ। କେବେ ଏହାର କାର୍ଯ୍ୟକାରୀ ହେବ ତାକୁ ସମସ୍ତଙ୍କର ଅପେକ୍ଷା । ଏବେ ସୁଦ୍ଧା ୨୧୧ ଜଣ ବିଦ୍ୟୁତ୍‌ ଉପଭୋକ୍ତା ଋଣ କରି ସୋଲାର ପ୍ୟାନେଲ ଲଗାଇ ସବସିଡି ପାଇଥିଲେ। ମାତ୍ର ସବସିଡି ଅର୍ଥ ନେଇ ଖର୍ଚ୍ଚ କରିଦେଲେ। ଆଉ ଋଣ ପରିଶୋଧ କରୁ ନ ଥିବାରୁ ବ୍ୟାଙ୍କଗୁଡ଼ିକ ଆଶଙ୍କା ମଧ୍ୟରେ ରହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri