ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍‌ର ପ୍ରଶିକ୍ଷଣ ସମ୍ପନ୍ନ

ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ ବିଜିଲି ଯୋଜନାର ସୋଲାର ଦିଦି କାର୍ଯ୍ୟକ୍ରମ ଅଧୀନରେ କରାଯାଇଥିବା ଓଡ଼ିଶାର ପ୍ରଥମ ସୋଲାର ହେଲ୍ପର ପ୍ରଶିକ୍ଷଣ ବ୍ୟାଚର ପ୍ରଶିକ୍ଷଣ କାର୍ଯ୍ୟ ସଫଳତାର ସହ ଶେଷ ହୋଇଛି। ସୋଲାର ଦିଦି କାର୍ଯ୍ୟକ୍ରମ କେନ୍ଦ୍ର ସରକାରଙ୍କ ନୂତନ ଏବଂ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରାଳୟ (ଏମଏନଆର୍‌ଇ) ଏବଂ ଗୃହନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟର ଏକ ଯୌଥ କାର୍ଯ୍ୟକ୍ରମ ଭାବେ ଦୀନଦୟାଲ ଅନ୍ତ୍ୟୋଦୟ ଯୋଜନା – ଜାତୀୟ ସହରାଞ୍ଚଳ ଆଜୀବିକା ମିଶନ ଅଧୀନରେ କାର୍ଯ୍ୟକାରୀ କରାଯାଉଛି।
କଟକ ମହାନଗର ନିଗମ (ସିଏମ୍ସି) ଦ୍ୱାରା ଚିହ୍ନଟ ହୋଇଥିବା ଦୀନଦୟାଲ ଅନ୍ତ୍ୟୋଦୟ ଯୋଜନା – ଜାତୀୟ ସହରାଞ୍ଚଳ ଆଜୀବିକା ମିଶନ ଅଧୀନରେ ସୱୟଂ ସହାୟକ ଗୋଷ୍ଠୀ (ଏସଏଚ୍ଜି)ର ୨୯ ଜଣ ମହିଳା ପ୍ରତିନିଧି ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅଂଶଗ୍ରହଣକାରୀମାନଙ୍କୁ ରୁଫ୍ଟପ ସୋଲାର ପ୍ରଣାଳୀର ବୈଷୟିକ ଜ୍ଞାନ ପ୍ରଦାନ କରାଯିବା ସହିତ ସ୍ଥାପନ ପ୍ରକ୍ରିୟା, ପରିଚାଳନା ଓ ରକ୍ଷଣାବେକ୍ଷଣ, ଉପଭୋକ୍ତା ସଚେତନତା ଏବଂ ସୌର ଶକ୍ତି ବ୍ୟବହାରର ପ୍ରସାର ବିଷୟରେ ଶିକ୍ଷା ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ସିଟି ଆକ୍ସିଲେରେଟର ପ୍ରୋଗ୍ରାମ (ସିଏପି) ଟିମ ସହାୟତା କରିଥିଲେ। ଏଥିସହିତ ଟାଟା ଟିପିଏସଡିଆଇ ଏହି ସୋଲାର ଦିଦି ଅଭିଯାନର ପ୍ରଶିକ୍ଷଣ ସହଯୋଗୀ ଭାବେ ଦାୟିତ୍ୱ ତୁଲାଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri