Posted inଜାତୀୟ

ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ସ୍ବଦେଶୀ ଜିନିଷ କିଣିବାକୁ ଆହ୍ବାନ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୭ ତମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଥମେ ଛଟ୍‌ ପର୍ବର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଛଟ୍‌ ପର୍ବ ହିଁ ଏକତାର ପ୍ରତୀକ ଅଟେ। ସେ କହିଛନ୍ତି,  ସମାଜର ପ୍ରତ୍ୟେକ ବର୍ଗ ଛଟ ଘାଟରେ ଏକାଠି ଠିଆ ହୋଇଛନ୍ତି, ଯାହା ଭାରତର ସାମାଜିକ ଏକତାର ସବୁଠାରୁ ସୁନ୍ଦର ଉଦାହରଣ। ସେ ସମସ୍ତ ଦେଶବାସୀଙ୍କୁ ବାର୍ତ୍ତା ଦେଇଥିଲେ ଯେ, ସେମାନେ ଦେଶ କିମ୍ବା ବିଶ୍ୱର ଯେଉଁଠାରେ ଥାଆନ୍ତୁ ନା କାହିଁକି, ସେମାନେ ଏହି ମହାନ ଛଟ ପର୍ବରେ ଅଂଶଗ୍ରହଣ କରିବା ଏବଂ ଏହାକୁ ଅନୁଭବ କରିବା ଉଚିତ। ସେ ବିଶେଷକରି ବିହାର, ଝାଡ଼ଖଣ୍ଡ ଏବଂ ପୂର୍ବାଞ୍ଚଳର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏଥିରେ ପ୍ରଧାନମନ୍ତ୍ରୀ ଅପରେଶନ ସିନ୍ଦୂର କଥା କହିବା ସହ ସ୍ବଦେଶୀ ଉତ୍ପାଦ କିଣିବାକୁ ଜନସାଧାରଣଙ୍କୁ ଆହ୍ବାନ ବି ଦେଇଛନ୍ତି। GSTକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ବଜାରରେ ସ୍ବଦେଶୀ ଜିନିଷ ପ୍ରତି ଆଗ୍ରହ ବଢିବାରେ ଲାଗିଛି କହିଛନ୍ତି ପ୍ରଧାନମନ୍ତ୍ରୀ ।

୨୦୧୪ରେ ପ୍ରଥମେ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri