ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍‌ ଉଷା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ  ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବାରେ ‘ପିଏମ୍‌- ଉଷା’ ସହାୟକ ହେବା ସହ ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ତାଲିମ ଉପରେ ଗୁରୁତ୍ୱ ଦିଆଯିବ। ଏଥିସହିତ ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ମଧ୍ୟ ଏହି ଅଭିଯାନ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ସଂକଳ୍ପ ପତ୍ର ଅନୁଯାୟୀ ଆମର ବିଶ୍ୱବିଦ୍ୟାଳୟଗୁଡିକୁ ସ୍ୱାୟତ୍ତତା ପ୍ରଦାନ କରାଯିବ। ଏ ପର୍ଯ୍ୟନ୍ତ ରାଜ୍ୟର ଦୂରଦୁରାନ୍ତ ଅଞ୍ଚଳରେ ୧୮ଟି ନୂଆ ସରକାରୀ ମହାବିଦ୍ୟାଳୟ ଖୋଲାଯାଇଛି। ଏହା ସହିତ ଓଡିଶାର ଆଦିବାସୀ ଭାଷାର ସୁରକ୍ଷା ଓ ପ୍ରଚାର ପାଇଁ ୨୬ଟି ଭାଷା ପରୀକ୍ଷାଗାର ନିର୍ମାଣ ପାଇଁ ପଦକ୍ଷେପ ନିଆ ଯାଉଛି। ଜାତୀୟ ଶିକ୍ଷା ନୀତି-୨୦୨୦ ଦେଶର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଯାଉଛି। ପୂର୍ବ ସରକାରଙ୍କ ଦୂରଦୃଷ୍ଟିର ଅଭାବ ତଥା ରାଜନୈତିକ ସଂକୀର୍ଣ୍ଣତା ଯୋଗୁ ଆମ ରାଜ୍ୟରେ ଏହା ଆଜି ପର୍ଯ୍ୟନ୍ତ ଲାଗୁ କରାଯାଇ ନ ଥିଲା ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଦ୍ୱାରା ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସ୍‌ଡିଜି) ପୂରଣ ଦିଗରେ ଏହା ସହାୟକ ହେବ। ଶିକ୍ଷା କ୍ଷେତ୍ରରେ ବୈଷମ୍ୟତା ଓ ଅସମାନତା ଦୂର କରାଯାଇ ଏସ୍‌ଡିଜି-୪ର ଲକ୍ଷ୍ୟ ପୂରଣ ହୋଇପାରିବ। ଆଗାମୀ ଦିନରେ ସାମଗ୍ରୀକ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ଓଡ଼ିଶା ସରକାର ପ୍ରାଥମିକ ଶିକ୍ଷାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଆନ୍ତର୍ଜାତିକ ମାନର ଶିକ୍ଷା ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯିବ। ଏହା ଦ୍ୱାରା ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରାଯାଇ ପାରିବ ଏବଂ ବିକଶିତ ଭାରତ ଓ ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି।

ଏହି ଯୋଜନା ମାଧ୍ୟମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଇଣ୍ଟର୍ନଶିପ୍‌ ମାଧ୍ୟମରେ ଇଣ୍ଡଷ୍ଟ୍ରିଆଲ୍ ଏକ୍ସପୋଜର୍ ପ୍ରଦାନ କରାଯିବା ସହିତ ପ୍ଲେସମେଣ୍ଟ ମାଧ୍ୟମରେ ନିଯୁକ୍ତି ସୁଯୋଗ ମଧ୍ୟ ପ୍ରଦାନ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।

ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୁରଜ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ବାଲ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଶାସନ ସଚିବ ସୁନିଲ କୁମାର ବର୍ଣ୍ଣୱାଲ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ତାର ଉପରେ ଗଛ ପକାଇଲେ ଦୁର୍ବୁତ୍ତ

ଦାରିଙ୍ଗବାଡି,୧୪ା୬ (ଅରୁଣ ସାହୁ): ଦାରଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ନୂତନ ସବଷ୍ଟେସନ ଶନିବାର କାର୍ଯ୍ୟ ଚାଲିଥିବାରୁ ଦିନବେଳେ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ଅପରାହ୍ନରେ ବିଦ୍ୟୁତ ସ୍ବାଭାବିକ ହେବାର...

ଏୟାର ଇଣ୍ଡିଆ ଦୁର୍ଘଟଣା ପଛରେ ଅଛି ତୁର୍କି କନେକ୍ସନ! ବାବା ରାମଦେବ କଲେ ବଡ଼ ଦାବି,Video

ନୂଆଦିଲ୍ଲୀ,୧୪।୬: ଯୋଗଗୁରୁ ବାବା ରାମଦେବ ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ବଡ଼ ବୟାନ ଦେଇଛନ୍ତି। ଏହା ଏକ ସମ୍ଭାବ୍ୟ ବିଦେଶୀ ଷଡ଼ଯନ୍ତ୍ର ବୋଲି ସେ ଅଭିଯୋଗ...

ଏହି ଦିନ ଆସିବ PM Kisan ୨୦ତମ କିସ୍ତିର ୨୦୦୦ ଟଙ୍କା! ଜାଣନ୍ତୁ ଜରୁରୀ ସୂଚନା

ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୦ତମ କିସ୍ତି ଜୁନ ମାସରେ ଅର୍ଥାତ ଚଳିତ ମାସରେ ଜାରି ହୋଇପାରେ। ଏହାଦ୍ୱାରା କୋଟି କୋଟି ଚାଷୀଙ୍କୁ ଏକ ବଡ଼...

WTC Final: ୩୩ ବର୍ଷ ଅପେକ୍ଷାର ଅନ୍ତ: ଅଷ୍ଟ୍ରେଲିଆକୁ ହରାଇ ବିଶ୍ୱ ଚାମ୍ପିଅନ ହେଲା ଦକ୍ଷିଣ ଆଫ୍ରିକା

ଲର୍ଡସ,୧୪।୬: ଟେମ୍ବା ବାଭୁମାଙ୍କ ଅଧିନାୟକତ୍ୱରେ ଦକ୍ଷିଣ ଆଫ୍ରିକା ଟିମ୍‌ ଇତିହାସ ରଚିିଛି। ଲର୍ଡସରେ ଶନିବାର ଖେଳାଯାଇଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ୨୦୨୫ର ଫାଇନାଲରେ ଡିଫେଣ୍ଡିଂ ଚାମ୍ପିଅନ...

ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍‌ ହେଲା…

ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍‌ ବିଭିନ୍ନ ହୋଟେଲ...

ଯାଜପୁରରେ ଭୋଜି ଉପରେ ଲାଗିଲା କଟକଣା: ରଜରେ ଭୋଜି ମନା…

ଯାଜପୁର,୧୪।୬: ଯାଜପୁରରେ କଲେରା ବ୍ୟାପୀଥିବାରୁ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଅଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ କରିବାକୁ ପରାମର୍ଶ ଦିଆଯାଇଛି। ଗରମ ଖାଦ୍ୟ,...

କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ଯୋଜନା: ୩ ଷ୍ଟାଡିୟମର ପୁନରୁଦ୍ଧାର ପାଇଁ ଖର୍ଚ୍ଚ ହେବ ୪୦ କୋଟି

ଭଞ୍ଜନଗର,୧୪।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ପାଇଁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ବଡ଼ ପଦକ୍ଷେପ ନେଇଛନ୍ତି । ସହରର ସର୍ବପୁରାତନ...

କେମିତି ହେଲା ପ୍ଲେନ୍‌ କ୍ରାଶ୍‌: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୪।୩: ଜୁନ ୧୨ ତାରିଖରେ ଅହମ୍ମଦାବାଦରେ ଘଟିଥିବା ଦୁର୍ଘଟଣା ପରେ ଶନିବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପ୍ରଥମ ସାମ୍ବାଦିକ ସମ୍ମିଳନୀ କରିଛି। ମନ୍ତ୍ରଣାଳୟ କହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri