ଏହି ଦିନ ସରିବ ପିଏମ୍‌ଏଓ୍ବାଇ ଆବେଦନ: ତୁରନ୍ତ ସାରିଦିଅନ୍ତୁ କାମ

ଭୁବନେଶ୍ୱର,୧୪ା୫(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ଲାଗି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପାଖାପାଖି ୩୫ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି। ରାଜ୍ୟରେ ପିଏମ୍‌ଏଓ୍ବାଇ ଲାଗି ଯେଉଁ ଆବେଦନ ପ୍ରକ୍ରିୟା ଚାଲିଛି ତାହା ଆସନ୍ତା ୧୫ରେ ଶେଷ ହୋଇଯିବ। ଏହାପରେ ଆଉ କେହି ପିଏମ୍‌ଏଓ୍ବାଇ ଲାଗି ଆବେଦନ କରିପାରିବେ ନାହିଁ। ଏଥିଲାଗି ମଝିରେ ଆଉ ଗୋଟିଏ ଦିନ ବାକି ରହିଛି ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି। ମନ୍ତ୍ରୀ ନାଏକ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଏହାପରେ ପ୍ରତ୍ୟେକ ଘରକୁ ଘର ବୁଲି ଯୋଗ୍ୟ ହିତାଧିକାରୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ। ଏହି ସର୍ଭେ ପ୍ରକ୍ରିୟାର ନାଁ ଆଓ୍ବାସ୍‌ ପ୍ଲସ୍‌ ଟୁ ରଖାଯାଇଛି। ବ୍ଲକ୍‌ସ୍ତରରୁ ଏକ ଟିମ୍‌ ଗଠନ କରାଯାଇ ଏହି ସର୍ଭେ କରାଯିବ। ରାଜ୍ୟରେ ଏବେ ୩ ଲକ୍ଷ ଘରର ଛାତ ପଡ଼ିସାରିଥିବା ବେଳେ ୫ ଶହ ସ୍ଥାନରେ ରାସ୍ତାକୁ ନେଇ ସମସ୍ୟା ରହିଥିବା ମନ୍ତ୍ରୀ ନାଏକ କହିଛନ୍ତି। ତେବେ ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ଅବଧି କେନ୍ଦ୍ର ସରକାରଙ୍କ ପକ୍ଷରୁ ୩ ଥର ବୃଦ୍ଧି କରାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ମୋଟ୍‌ ରାଜ୍ୟରେ ୧ ଲକ୍ଷ ୯୧୭ ଖଣ୍ଡ ଘର ବଣ୍ଟାଯିବା ନେଇ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି ଜିଲାଓ୍ବାରି କେତେ ଲେଖାଏ ଘର ବଣ୍ଟାଯିବ ତା’ର ମଧ୍ୟ ତାଲିକା ପ୍ରସ୍ତୁତ ସରିଛି। ତେବେ ଆସନ୍ତା ୧୫ ତାରିଖ ସୁଦ୍ଧା ଜିଲାପାଳମାନଙ୍କୁ ନିଜ ଜିଲାର ଟାର୍ଗେଟ ରଖାଯାଇଥିବା ହିତାଧିକାରୀଙ୍କ ତାଲିକା ଦେବାକୁ ଚିଠି କରାଯାଇଛି। ଏଥିଲାଗି ମଧ୍ୟ ମଝିରେ ଆଉ ଗୋଟିଏ ଦିନ ରହିଛି। ଜିଲାପାଳମାନେ ଏହି ତାଲିକା ପ୍ରଦାନକଲେ ତାହା ଅନୁମୋଦନ ଲାଗି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଯିବ ବୋଲି ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି। ତେଣୁ ବାସ୍ତବରେ ଯେଉଁମାନେ ଯୋଗ୍ୟ ହିତାଧିକାରୀ ସେମାନଙ୍କ ଠିକ୍‌ ତାଲିକା ପ୍ରସ୍ତୁତକରି ୧୫ ତାରିଖ ସୁଦ୍ଧା ଦେବାକୁ ଡେପୁଟି ସେକ୍ରେଟାରି କୁଳମଣି ମିଶ୍ର ସବୁ ଜିଲାପାଳଙ୍କୁ ଗତ ୨୪ ତାରିଖରେ ଚିଠି ଲେଖି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri