Posted inଜାତୀୟ

୨୦୨୪ ମାର୍ଚ୍ଚ ପର୍ଯ୍ୟନ୍ତ ଜାରି ରହିବ ପିଏମ୍‌ଏଓ୍ବାଇ-ଜି ଯୋଜନା, କ୍ୟାବିନେଟ୍‌ ନିଷ୍ପତ୍ତି…

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇ ମାର୍ଚ୍ଚ ୨୦୨୧ ପରେ ମଧ୍ୟ ଜାରି ରଖିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆୱାସ ଯୋଜନା-ଗ୍ରାମିନ (ପିଏମ୍‌ଏଓ୍ବାଇ-ଜି ) ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ୨.୯୫ କୋଟି ଘର ନିର୍ମାଣ ଲକ୍ଷ୍ୟ ଅନ୍ତର୍ଗତ ଅବଶିଷ୍ଟ ୧୫୫.୭୫ ଲକ୍ଷ ଘର ତିଆରି ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ସମ୍ପ୍ରତି କ୍ୟାବିନେଟ ଅନୁମୋଦନ ଅନୁଯାୟୀ ଗୃହ ନିର୍ମାଣ କାର୍ଯ୍ୟ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ଜାରି ରହିବ।

ଏହି ପରିପ୍ରେକ୍ଷୀରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ କହିଛି ଯେ ପିଏମ୍‌ଏଓ୍ବାଇ-ଜି ଅନ୍ତର୍ଗତ ଗ୍ରାମାଞ୍ଚଳରେ ୨.୯୫ କୋଟି ଘର ଧାର୍ଯ୍ୟ ହାସଲ କରିବା ପାଇଁ ଅବଶିଷ୍ଟ ୧୫୫.୭୫ ଲକ୍ଷ ନିର୍ମାଣ ପାଇଁ ମୋଟ ୨,୧୭,୨୫୭ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିଲା। ସେଥିମଧ୍ୟରୁ କେନ୍ଦ୍ର ସରକାର ୧,୨୫,୧୦୬ କୋଟି ଟଙ୍କା ଯୋଗାଇ ଦେଉଥିବାବେଳେ ରାଜ୍ୟ ସରକାର ୭୩,୪୭୫ କୋଟି ଟଙ୍କା ଯୋଗାଇଦେବେ। ଅପରପକ୍ଷରେ, ସୁଧ ବାବଦରେ ନାବାର୍ଡକୁ ୧୮,୬୭୬ କୋଟି ଟଙ୍କା ପରିଶୋଧ କରିବାର ଅତିରିକ୍ତ ଆବଶ୍ୟକତା ରହିଛି ।

ମନ୍ତ୍ରଣାଳୟ କହିଛି ଯେ ମୋଟ ବଜେଟ ସହାୟତା (ଜିବିଏସ) ମାଧ୍ୟମରେ ସମଗ୍ର ଯୋଜନା ପାଇଁ ଅର୍ଥ ବ୍ୟବସ୍ଥା କରିବା, ନିମନ୍ତେ ପର୍ଯ୍ୟାୟ କ୍ରମେ ଅର୍ଥ ମନ୍ତ୍ରଣାଳୟର ଇବିଆର୍‌ ପରାମର୍ଶ ନିଆଯିବ।

ପିଏମ୍‌ଏଓ୍ବାଇ-ଜି ଅନ୍ତର୍ଗତ ୨.୯୫ କୋଟି ଘର ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ୨୯ ନଭେମ୍ବର ୨୦୨୧ ପର୍ଯ୍ୟନ୍ତ ୧.୬୫ କୋଟି ଘର ନିର୍ମିତ ହୋଇଛି। ତେଣୁ, ଅନୁମାନ କରାଯାଇଛି ଯେ ଏସ୍‌ଇସିସି ୨୦୧୧ ଡାଟାବେସ ଉପରେ ଆଧାରିତ ୨.୦୨ କୋଟି ଘର ନିର୍ମାଣ କାର୍ଯ୍ୟ, ୨୦୨୨ ଅଗଷ୍ଟ ୧୫ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ତେଣୁ ୨.୯୫ କୋଟି ଘରର ସାମଗ୍ରିକ ଲକ୍ଷ୍ୟ ହାସଲ କରିବାକୁ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ଏହି ଯୋଜନା ଜାରି ରଖିବା ଆବଶ୍ୟକ ବୋଲି କ୍ୟାବିନେଟ୍‌ରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri