ପିଏମ୍‌ଜିକେଏୱାଇ ଚାଉଳ ଦେଉ କେନ୍ଦ୍ର: ବିଜେଡି

ଭୁବନେଶ୍ବର,୪।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏୱାଇ)ରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୫ କିଲୋଗ୍ରାମ ଚାଉଳ ବ୍ୟତୀତ ଅତିରିକ୍ତ ଭାବେ ଆଉ ୫ କିଲୋଗ୍ରାମ ମାଗଣା ଚାଉଳ ଯୋଗାଇ ଦିଆଯାଉଥିଲା। ଏହାକୁ କେନ୍ଦ୍ର ସରକାର ବନ୍ଦ କରିବା ଦ୍ୱାରା ଗରିବ ଏବଂ କୃଷକ ପରିବାରଙ୍କ ଖାଦ୍ୟ ସୁରକ୍ଷା ପ୍ରଭାବିତ ହେବ। ତେଣୁ କେନ୍ଦ୍ର ସରକାର ତୁରନ୍ତ ପିଏମ୍‌ଜିକେଏୱାଇରେ ଗରିବ ଲୋକଙ୍କୁ ଚାଉଳ ଯୋଗାଇଦେଉ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି।
ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ବିଧାୟକ ଦେବୀପ୍ରସାଦ ମିଶ୍ର କହିଛନ୍ତି, ନିକଟରେ ଆଗତ କେନ୍ଦ୍ର ବଜେଟରେ ୨୦୨୧-୨୨ରେ କେନ୍ଦ୍ର ଖର୍ଚ୍ଚ କରିଥିବା ପରିମାଣ ତୁଳନାରେ ଖାଦ୍ୟ ସବ୍‌ସିଡିରେ ପ୍ରାୟ ୭୧,୦୦୦ କୋଟି ଟଙ୍କା ହ୍ରାସ ପାଇଛି। ଏହି ହ୍ରାସ ମୁଖ୍ୟତଃ ପିଏମ୍‌ଜିକେଏୱାଇ ବନ୍ଦ ଯୋଗୁ ହୋଇଛି। ଏହା ଦ୍ୱାରା ଗରିବ ଲୋକେ ପ୍ରଭାବିତ ହେବେ। ୨୦୨୧-୨୨ ତୁଳନାରେ ଖାଦ୍ୟ ସାମଗ୍ରୀ କିଣିବାରେ କେନ୍ଦ୍ର ଚଳିତ ବଜେଟରେ ପ୍ରାୟ ୨୦,୦୦୦ କୋଟି ଟଙ୍କା ହ୍ରାସ କରିଛି। ଏହା ପୁଣି ପିଏମ୍‌ଜିକେଏୱାଇ ବନ୍ଦ ହେବା ଏବଂ କୃଷକଙ୍କ ଠାରୁ କ୍ରୟ ହ୍ରାସ ଯୋଗୁ ହୋଇଛି। କ୍ରୟ ହ୍ରାସ କାରଣରୁ କୃଷକମାନେ ଖାଦ୍ୟଶସ୍ୟ ବିକ୍ରି ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପାଇବାକୁ ମଧ୍ୟ ବଞ୍ଚିତ ହେବେ। ଗରିବ ଏବଂ କୃଷକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପିଏମ୍‌ଜିକେଏୱାଇ କାର୍ଯ୍ୟକ୍ରମକୁ ପୁନଃ ଆରମ୍ଭ କରିବାକୁ ଆମେ କେନ୍ଦ୍ରକୁ ନିବେଦନ କରୁଛୁ ବୋଲି ଦେବୀ କହିଛନ୍ତି। ସେ ଆହୁରି କହିଛନ୍ତି, ଭାଜପା ଏମ୍‌ପିମାନେ କେନ୍ଦ୍ରରେ ସେମାନଙ୍କ ଦଳ ନେତୃତ୍ୱରେ ଥିବା ସରକାରଙ୍କ ସମ୍ମୁଖରେ ଏହି ପ୍ରସଙ୍ଗ ଉଠାନ୍ତୁ।
ବିଜେଡି ଖବରଦାତା ସମ୍ମିଳନୀ ଉପରେ ପ୍ରତିକ୍ରିୟା ରଖି ଭାଜପା ନେତା ଦିଲୀପ ମଲିକ କହିଛନ୍ତି, ସତ୍ୟକୁ ବିଜେଡି ଭୟ କରୁଛି। ଏନେଇ ବିଜେଡିର ମନ୍ତ୍ରୀ, ବିଧାୟକ ଓ ନେତା ମିଥ୍ୟା ତଥ୍ୟ ରଖି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି। ୨୩ ବର୍ଷ ଶାସନରେ ବିଜେଡି ଓଡ଼ିଶାର ଚାଷୀକୁଳକୁ କୌଣସି ସୁବିଧା ଯୋଗାଇ ନାହିଁ। କିନ୍ତୁ ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ର ତାଙ୍କର ସତ୍ୟ ଅନୁଭବକୁ ପ୍ରକାଶ ନ କରି ରାଜନୈତିକ ବାଧ୍ୟବାଧକତା ଯୋଗୁ ପ୍ରଶାସନିକ ଅଧିକାରୀମାନେ ଦେଉଥିବା ଚିଠାକୁ ଗଣମାଧ୍ୟମ ଆଗରେ ପଢ଼ୁଛନ୍ତି ବୋଲି ଦିଲୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?