ଏକାଠି ନିର୍ବାଚନ ଲଢ଼ିବେ ପିଏମଏଲ-ଏନ, ଏମକ୍ୟୁଏମ-ପି…

ଇସଲାମାବାଦ,୭।୧୧ : ପାକିସ୍ତାନ ମୁସଲିମ ଲିଗ ନୱାଜ (ପିଏମଏଲ-ଏନ) ଏବଂ ମୁତାହିଦା କୌମି ମୁଭମେଣ୍ଟ ପାକିସ୍ଥାନ (ଏମକ୍ୟୁଏମ-ପି) ମଙ୍ଗଳବାର ଘୋଷଣା କରିଛନ୍ତି ସେମାନେ ଫେବୃଆରୀ ୮ ସାଧାରଣ ନିର୍ବାଚନରେ ଏକାଠି ପ୍ରତିଦ୍ୱନ୍ଦ୍ୱିତା କରିବେ। ମିଡିଆ ରିପୋର୍ଟରେ ଏହି ସୂଚନା ଦିଆଯାଇଛି।

ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ, ଦଳର ମଡେଲ ଟାଉନ ସେକ୍ରେଟାରିଏଟ ଲାହୋରରେ ପିଏମଏଲ-ଏନ ସୁପ୍ରିମୋ ନୱାଜ ସରିଫଙ୍କ ସହ ଏମକ୍ୟୁଏମ-ପିର ଏକ ପ୍ରତିନିଧୀଙ୍କ ବୈଠକ ପରେ ଏହି ସୂଚନା ପ୍ରଦାନ କରାଯାଇଛି।
ସୋମବାର ପିଏମଏଲ-ଏନ ଏବଂ ପିପିପି (ପାକିସ୍ତାନ ପିପୁଲ୍ସ ପାର୍ଟି) ର ବରିଷ୍ଠ ନେତାମାନେ ଦେଶର ଉନ୍ନତି ପାଇଁ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ଘୋଷଣା କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଏବଂ ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀଙ୍କ ମଧ୍ୟରେ ଏକ ଫୋନ ବାର୍ତ୍ତାଳାପ ହେବା ପରେ ରାଜନୈତିକ ପରିସ୍ଥିତି ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହୋଇଥିବାବେଳେ ଏହି ଘୋଷଣା କରାଯାଇଥିଲା।

ସୋମବାର ଏମକ୍ୟୁଏମ-ପି ଘୋଷଣା କରିଥିଲା ପିଏମଏଲ-ଏନ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସେମାନଙ୍କ ନେତା ଖାଲିଦ ମକବୁଲ ସିଦ୍ଦିକିଙ୍କ ସହ ଯୋଗାଯୋଗ କରି ତାଙ୍କୁ ନୱାଜ ସରିଫଙ୍କୁ ଭେଟିବାକୁ ନିମନ୍ତ୍ରଣ କରିଛନ୍ତି। ସାଧାରଣ ନିର୍ବାଚନ ପାଇଁ ପାକିସ୍ତାନର ନିର୍ବାଚନ ଆୟୋଗ (ଇସିପି) ଫେବୃଆରୀ ୮ତାରିଖ ଘୋଷଣା କରିବା ପରେ ଦେଶରେ ରାଜନୈତିକ ପ୍ରଚାର ଅଭିଯାନ ବୃଦ୍ଧି ପାଇଛି।

ଚାରି ବର୍ଷ ଆତ୍ମ ନିର୍ବାସନ ପରେ ପିଏମଏଲ-ଏନ ସୁପ୍ରିମୋ ନୱାଜ ଅକ୍ଟୋବର ୨୧ ରେ ଲଣ୍ଡନରୁ ଫେରିଥିଲେ। ଏହା ସହିତ ସରିଫ ପରିବାର ରାଜନୈତିକ କାର୍ଯ୍ୟକଳାପ ଆରମ୍ଭ କରି ଲାହୋରରେ ଦଳର ନେତାମାନଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?