Posted inଜାତୀୟ

ଟୁଇଟରରେ ମୋଦିଙ୍କ ଫଲୋୟର୍ସଙ୍କ ସଂଖ୍ୟା ୬ କୋଟି

ନୂଆଦିଲ୍ଲୀ,୧୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋ ବ୍ଲଗିଙ୍ଗ ସାଇଟ୍‌ ଟୁଇଟରରେ ଆଉ ଏକ ସଫଳତା ପାଇଛନ୍ତି। ବେଳକୁ ବେଳ ଟୁଇଟରରେ ମୋଦିଙ୍କ ଲୋକପ୍ରିୟତା ବଢିବାରେ ଲାଗିଛି। ଏବେ ମୋଦିଙ୍କୁ ଟୁଇଟରରେ ପାଖାପାଖି ୬୦ ମିଲିୟନ ବା ୬ କୋଟି ଲୋକ ଫଲୋ କରୁଛନ୍ତି। ହେଲେ ମୋଦି କେବଳ ୨,୩୩୫ ଜଣଙ୍କୁ ଫଲୋ କରୁଥିବା ଜଣାପଡିଛି। ଏହାପୂର୍ବରୁ ସେପ୍ଟେମ୍ବର ୨୦୧୯ରେ ମୋଦିଙ୍କ ଫଲୋୟର୍ସଙ୍କ ସଂଖ୍ୟା ଥିଲା ୫ କୋଟି। ଆଉ ମାତ୍ର ୧୦ ମାସ ଭିତରେ ଏହି ସଂଖ୍ୟା ୧ କୋଟି ବୃଦ୍ଧି ଘଟିଛି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟରରେ ବେଶ୍‌ ଆକ୍ଟିଭ। ସେ ଟୁଇଟର ମାଧ୍ୟମରେ ଦେଶବାସୀଙ୍କ ସହ ଯୋଡି ହେବା ଓ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଘୋଷଣା ମଧ୍ୟ କରିଥାଆନ୍ତି। ବିଶ୍ୱର ଯେଉଁ ନେତାମାନଙ୍କୁ ସୋସିଆଲ ମିଡିଆରେ ଅଧିକ ଫଲୋ କରାଯାଏ ସେଥିମଧ୍ୟରୁ ମୋଦି ଅନ୍ୟତମ। ୨୦୦୯ରେ ମୋଦି ଟୁଇଟରରେ ଯୋଗଦେଇଥିବା ବେଳେ କଂଗ୍ରେସ ନେତା ଶଶି ଥରୁର ମଧ୍ୟ ସେହି ସମୟରେ ଟୁଇଟରରେ ଯୋଗ ଦେଇଥିଲେ। ହେଲେ ଏବେ ମୋଦି ଥରୁରଙ୍କୁ ବହୁ ପଛରେ ପକାଇ ଦେଇଛନ୍ତି। ସେହିପରି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨୦୧୩ରେ ଟୁଇଟରରେ ଯୋଗ ଦେଇଥିବା ବେଳେ ଏବେ ତାଙ୍କୁ ପ୍ରାୟ ୧୬ ଲକ୍ଷ ଲୋକ ଫଲୋ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri