Posted inଜାତୀୟ

‘ କୋଭିଡ୍‌-୧୯ର ଦ୍ୱିତୀୟ ଲହର ପାଇଁ ପ୍ରଧାନମନ୍ତ୍ରୀ ଦାୟୀ ’

ନୂଆଦିଲ୍ଲୀ,୨୮।୫: କୋଭିଡ୍‌-୧୯ର ଦ୍ୱିତୀୟ ଲହର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟୀ। ଆଉ ଦେଶରେ ଯେଉଁ ଗତିରେ ଟିକାକରଣ ଚାଲିଛି, ବିଭିନ୍ନ ପର୍ଯ୍ୟାୟରେ କରୋନା ସଂକ୍ରମଣ ହାରରେ ବୃଦ୍ଧି ଦେଖାଦେବ ବୋଲି ଆକଳନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଭଳି ସମାଲୋଚନା ପରେ ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ଦେଶରେ ଟିକାକରଣ ପ୍ରକ୍ରିୟା ଶେଷ ହେବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି।

” କରୋନାର ପ୍ରଥମ ଲହରକୁ କେହି ବୁଝି ପାରି ନ ଥିଲେ। କିନ୍ତୁ ଦ୍ୱିତୀୟ ଲହରକୁ ରୋକିବା ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱ ଥିଲା। ଦାୟିତ୍ୱ ତୁଲାଇବାରେ ତାଙ୍କ ବିଫଳତା ହିଁ ଦ୍ୱିତୀୟ ଲହରର କାରଣ। ଦୁର୍ଭାଗ୍ୟବଶତଃ, ପ୍ରଧାନମନ୍ତ୍ରୀ ଜଣେ ଇଭେଣ୍ଟ ମ୍ୟାନେଜର। ସେ ଏକକାଳୀନ ଗୋଟିଏରୁ ଅଧିକ ଇଭେଣ୍ଟ ସମ୍ଭାଳିପାରିବେ ନାହିଁ। ଏଭଳି କଠିନ ସମୟରେ ଇଭେଣ୍ଟ ମ୍ୟାନେଜର ଆମକୁ ଦରକାର ନାହିଁ। ଆମକୁ ପ୍ରଭାବି ଓ ଦ୍ରୁତବେଗରେ କାର୍ଯ୍ୟ କରୁଥିବା ପ୍ରଶାସନ ଦରକାର “ ବୋଲି ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ରାହୁଲ କହିଛନ୍ତି।

ସାମାଜିକ ଦୂରତା ଓ ମାସ୍କ ଦ୍ୱାରା ମହାମାରୀକୁ ରୋକିହେବ ନାହିଁ। କୋଭିଡ୍‌ ବିରୋଧରେ ଟିକା ଓ ଲକଡାଉନ ସ୍ଥାୟୀ ଉପାୟ। ଟିକାକରଣର କୌଣସି ନିର୍ଦ୍ଧିଷ୍ଟ ଷ୍ଟାଟେଜି ନ ଥିବାରୁ ବିଭିନ୍ନ ପର୍ଯ୍ୟାୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବ। ଭାରତରେ କେବଳ ୩ ପ୍ରତିଶତ ଲୋକଙ୍କୁ ଟିକା ଦିଆଯାଇଥିବା ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri