Posted inଜାତୀୟ

ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ: ଲୋକଙ୍କ ନିକଟକୁ ଯାଅ,ସରକାରୀ ଯୋଜନା ବିଷୟରେ ବୁଝାଅ

ନୂଆଦିଲ୍ଲୀ,୩୦।୧: ଲୋକଙ୍କ ନିକଟକୁ ଯାଇ ସରକାରୀ ଯୋଜନା ବିଷୟରେ ବୁଝାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ମନ୍ତ୍ରୀଙ୍କ ସହ ଏକ ବୈଠକ କରିଥିଲେ। ଧାରା ୩୭୦ ରଦ୍ଦ ଏବଂ ରାମ ମନ୍ଦିର ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଭଳି ପ୍ରସଙ୍ଗକୁ ଦର୍ଶାଇ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଯେ, ଏହି ନିଷ୍ପତ୍ତି ସାଧାରଣ ଲୋକଙ୍କ ମଧ୍ୟରେ ନିଆଯାଉ।
ସରକାରଙ୍କ ଦ୍ୱାରା ପରିଚାଳିତ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଜାତି, ଧର୍ମ ଏବଂ ଭୋଟ ବ୍ୟାଙ୍କ ନିର୍ବିଶେଷରେ ସରକାର ସେହି ନିଷ୍ପତ୍ତି ଗ୍ରହଣ କରିଛନ୍ତି, ଯାହା ଦ୍ୱାରା ସମସ୍ତ ଧର୍ମ ଏବଂ ଶ୍ରେଣୀ ଉପକୃତ ହେବ। ଏହା ଉଜ୍ଜଳା ଯୋଜନା ଅଧୀନରେ ମାଗଣା ଗ୍ୟାସ ସିଲିଣ୍ଡର ହେଉ କିମ୍ବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରହିଛି। ତେଣୁ ମନ୍ତ୍ରୀମାନେ ଲୋକଙ୍କ ନିଟକୁ ଯାଇ ସରକାରଙ୍କର ପ୍ରତ୍ୟେକ ଯୋଜନା ବିଷୟରେ ବୁଝାଇବା ଆବଶ୍ୟକ। ଆସନ୍ତା ୨୫ ବର୍ଷ ମଧ୍ୟରେ ଦେଶର ଅଗ୍ରଗତି ପାଇଁ ସମସ୍ତେ କଠିନ ପରିଶ୍ରମ କରିବା ଆବଶ୍ୟକ ବୋଲି ଏହି ବୈଠକରେ ପ୍ରଧାନମନ୍ତ୍ରୀ କହିଛନ୍ତି।
ସୂଚନାନୁସାରେ, ଏହି ବୈଠକରେ ପ୍ରଧାନମନ୍ତ୍ରୀ ମଧ୍ୟ ସୋସିଆଲ ମିଡିଆରେ କିଛି ମନ୍ତ୍ରୀଙ୍କ କମ୍‌ ସକ୍ରିୟତାକୁ ନେଇ ବିରକ୍ତି ପ୍ରକାଶ କରିଥିଲେ। ସେ କହିଛନ୍ତି ଯେ, କିଛି ମନ୍ତ୍ରୀଙ୍କ ଇନଷ୍ଟାଗ୍ରାମରେ ମଧ୍ୟ ଆକାଉଣ୍ଟ ନାହିଁ। ସୋସିଆଲ ମିଡିଆରେ ସରକାରଙ୍କ ବାର୍ତ୍ତା ଲୋକମାନଙ୍କ ତଥା ବିଶେଷ କରି ଯୁବକମାନଙ୍କ ନିକଟରେ ପହଞ୍ଚାଇବାରେ ସବୁଠାରୁ ବଡ ବାହକ ହୋଇପାରେ, କାରଣ ଯୁବକମାନେ ସର୍ବଦା ମୋବାଇଲ ସହିତ ସଂଯୁକ୍ତ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

କଂଗ୍ରେସ ଏହି ଖୁସିକୁ ସହି ପାରିଲା ନାହିଁ, କାହିଁକି ଏମିତି କହିଲେ କଙ୍ଗନା

ଶିମଲା,୨୯।୩: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ନେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ...

କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ

ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ...

ଆସିଲା ମୁଖତାର ଅନସାରୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଏହି କାରଣ ପାଇଁ ହୋଇଛି ମୃତ୍ୟୁ

ବାନ୍ଦା,୨୯।୩: ମାଫିଆ ମୁଖତାର୍‌ ଅନସାରୀଙ୍କ ଶବ ବ୍ୟବଚ୍ଛେଦ ପରେ ହୃଦ୍‌ଘାତ ହେତୁ ତାଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ପୋଷ୍ଟମର୍ଟମ ଘରୁ ବାହାରକୁ ଆସିଥିବା ଡାକ୍ତରମାନେ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍‌!

ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍‌ ଜୋର୍‌ରେ ଜାରି ରହିଛି। ତେବେ...

ବିଧାୟକ ରାଜୁ ପାଲ ହତ୍ୟାକାଣ୍ଡର ସମସ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ପ୍ରୟାଗରାଜ,୨୯।୩: ସିବିଆଇ କୋର୍ଟ ଶୁକ୍ରବାର ବହୁଜନ ସମାଜ ପାର୍ଟିର ବିଧାୟକ ରାଜୁ ପାଲଙ୍କ ହତ୍ୟା ମାମଲାରେ ସମସ୍ତ ୭ଜଣ ଅଭିଯୁକ୍ତଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି...

ପିତା ହେଲେ ମାନ, ନବଜାତ ଶିଶୁର ନାମକରଣ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୯।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଘରେ ମାର୍ଚ୍ଚ ୨୬ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭାଗବତ ମନ ନିଜେ ସୋସିଆଲ ମିଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri