ଯୋଗ ପାଇଁ ଏକାଠି ହୋଇଛି ବିଶ୍ୱ: ମୋଦି

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୬: ମିଳିତ ଜାତିସଂଘର ମୁଖ୍ୟାଳୟରେ ବୁଧବାର ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହାର ନେତୃତ୍ୱ ନେଇଛନ୍ତି। ଏହି ଅବସରରେ ସେ ୧୩୫ଟି ଦେଶର ପ୍ରତିନିଧିଙ୍କ ସହିତ ମିଶି ଯୋଗାଭ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ଉପସ୍ଥିତ ଅତିଥିଙ୍କୁ ସମ୍ବୋଧିତ କରି କହିଥିଲେ, ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୩ ପାଳନ କରିବା ଭାରତର ପ୍ରସ୍ତାବକୁ ସମର୍ଥନ କରି ସମଗ୍ର ବିଶ୍ୱ ଏକତ୍ରିତ ହୋଇଛନ୍ତି। ଯୋଗ ପାଇଁ ବିଶ୍ୱ ପୁଣି ଥରେ ଏକାଠି ହୋଇଥିବା ବେଳେ ଏହା ଭାରତର ଏକ ପୁରାତନ ପରମ୍ପରା କପିରାଇଟ ମୁକ୍ତ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଥିଲେ। ଏପରି କି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ୧୩୫ ଦେଶର ପ୍ରତିନିଧିଙ୍କୁ ଯୋଗ ଦିବସ ଅବସରରେ ସେ ଧନ୍ୟବାଦ ଜଣାଇଥିଲେ। କାର୍ଯ୍ୟକ୍ରମରେ ୧୩୫ ଦେଶର ପ୍ରତିନିଧି ଯୋଗଦେଇ ଗିନିଜ ୱାଲର୍‌ଡ ରେକର୍ଡ ସୃଷ୍ଟି ହୋଇଛି।

ମିଳିତ ଜାତିସଂଘରେ ଭାରତର ରାଷ୍ଟ୍ରଦୂତ ରୁଚିରା କାମ୍ବୋଜ କହିଛନ୍ତି, ଆଜିର ଏହି ଉତ୍ସବ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ହୋଇପାରିଛି। ତାଙ୍କ ନେତୃତ୍ୱରେ ଜୁନ୍‌ ୨୧କୁ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ଘୋଷଣା କରାଯାଇଥିଲା ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ୩ ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଆମେରିକାରେ ପହଞ୍ଚିବା ପରେ ସେ ଟେସ୍‌ଲା କମ୍ପାନୀ ମାଲିକ ଏଲନ୍‌ ମସ୍କଙ୍କୁ ଭେଟି ଭାରତରେ ପୁଞ୍ଜି ନିବେଶ କ୍ଷେତ୍ରରେ ଆଲୋଚନା କରିଥିଲେ। ବୁଧବାର ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସେ ଜାତିସଂଘର ମୁଖ୍ୟାଳୟରେ ଉପସ୍ଥିତ ରହି ଏହାର ନେତୃତ୍ୱ ନେଇଥିଲେ। ଏହା ପରେ ମୋଦି ଓ୍ବାଶିଂଟନ ଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri