ଅମୁଲ ସହ ପିଏନ୍‌ବିର ସହଭାଗିତା

ଭୁବନେଶ୍ୱର,୩।୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ଏବଂ ଗୁଜରାଟ ସମବାୟ ଦୁଗ୍ଧ ବିତରଣ ଫେଡେରେଶନ (ଜିସିଏମଏମଏଫଏଲ) ବା ଅମୁଲ ସହ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଭାରତ ସରକାରଙ୍କ ମୁଦ୍ରା ଯୋଜନାର ସମସ୍ତ ସୁବିଧା ଚାଷୀ ଓ ବ୍ୟବସାୟୀଙ୍କୁ ଯୋଗାଇ ଦେବା ଆଶାରେ ଉଭୟ ସଂସ୍ଥା ମଧ୍ୟରେ ସହଭାଗିତା ହୋଇଥିବା ଜଣାପଡିଛି। ଏପରିକି ଅମୁଲର ପ୍ରାୟ ୧୧ ଲକ୍ଷ ରିଟେଲର୍ସ ଓ ହୋଲସେଲ ଡିଲର୍ସମାନେ ଲାଭବାନ ହୋଇପାରିବେ ବୋଲି ଉଭୟ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ପିଏନବିର ନୂଆଦିଲ୍ଲୀର ଦ୍ୱାରକାସ୍ଥିତ କର୍ପୋରେଟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସାମାରୋହାରେ ଉକ୍ତ ବୁଝାମଣା ପତ୍ର (ଏମଓୟୁ) ସ୍ବାକ୍ଷରିତ ହୋଇଥିଲା। ଏହି ଅବସରରେ ଜିସିଏମଏମଏଫଏଲ(ଅମୁଲ)ର ଏମ୍‌ଡି ଜୟେନ ମେହେତା,ଏସଜିଏମ ଆଣ୍ଡ ସିଏଫଓ ଅତୁଲ ଅଗ୍ରଓ୍ବାଲଙ୍କ ସମେତ ପିଏନବିର ଇଡି ଏମ.ପରମାସିଭମ, ସିଜିଏମ ସୁନୀଲ କୁମାର ଚୁ୍ବଗ, ସିଜିଏମ ସୁନୀଲ ଗୋଏଲ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ୨୦୨୩ ଜୁଲାଇ ୧ରୁ ବିଧିବଦ୍ଧଭାବେ ଉକ୍ତ ବୁଝାବଣା କାର୍ଯ୍ୟକାରୀ ହେବ ବୋଲି ଉଭୟ ସଂସ୍ଥା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri