ପିଏନ୍‌ବିର ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୬।୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ସମ୍ବଲପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏହି ଅବସରରେ ପିଏନ୍‌ବିର କର୍ମଚାରୀଙ୍କ ସମେତ ସାଧାରଣ ନାଗରିକମାନେ ମଧ୍ୟ ଭ୍ରଷ୍ଟ୍ରାଚାର ବିରୋଧରେ ସଚେତନ ହେବା ସହିତ ବିରୋଧ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିପାରିବେ ବୋଲି ବ୍ୟାଙ୍କ ପକ୍ଷରୁ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁରସ୍ଥିତ ମାଝୀପାଲୀ ନ୍ୟୁଟନ୍‌ ହାୟର ସେକେଣ୍ଡାରୀ ସ୍କୁଲ ଅଫ୍‌ ସାଇନ୍ସର ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ୩୫୦ରୁ ଅଧିକ ବିଦ୍ୟାର୍ଥୀଙ୍କ ମଧ୍ୟରେ ଭ୍ରଷ୍ଟାଚାରର ଅନ୍ମୁଲନ ଏବଂ ସତର୍କତା ସଚେତନତା ଶୀର୍ଷକ ବିଷୟବସ୍ତୁ ଉପରେ ଏକ ପ୍ରବନ୍ଧ ଏବଂ ପୋଷ୍ଟର ତିଆରି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏପରିକି ଉକ୍ତ ପ୍ରତିଯୋଗିତାର ବିଜେତାମାନଙ୍କୁ ପିଏନ୍‌ବି ସମ୍ବଲପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଅଜିତ କୁମାର ମେହେର ଓ ନ୍ୟୁଟନ୍‌ ହାୟର ସେକେଣ୍ଡାରୀ ସ୍କୁଲ ଅଫ୍‌ ସାଇନ୍ସର ପ୍ରଧାନ ଶିକ୍ଷକ ତେଜରାଜ ପାତ୍ର ପୁରସ୍କୃତ କରିଥିଲେ। ପରିଶେଷର ପିଏନ୍‌ବିର ମୁଖ୍ୟ ପ୍ରବନ୍ଧକ ପାର୍ଥସାରଥୀ ମହାପାତ୍ର ବିଦ୍ୟାର୍ଥୀମାନଙ୍କୁ ଭ୍ରଷ୍ଟାଚାର ଅନ୍ମୁଲନ ଓ ସତ୍ୟନିଷ୍ଠାର ଶପଥ ପାଠ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri