Posted inଜାତୀୟ

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ ଯଦି ଘରୁ ଲୁଚି ପଳାଇଯାଆନ୍ତି, ସେମାନଙ୍କୁ ସରକାର ବା ପ୍ରଶାସନ କିପରି ରୋକିପାରିବ ବୋଲି ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଛନ୍ତି। ଜଷ୍ଟିସ୍‌ ବି.ଭି. ନାଗରତ୍ନା ଏବଂ ଆର୍‌. ମହାଦେବନଙ୍କ ଖଣ୍ଡପୀଠ କହିଛନ୍ତି, ନାବାଳିକା ଝିଅ ଜଣେ ପୁରୁଷ ସାଥୀ ସହ ଫେରାର ହୋଇଗଲେ ମା’ବାପା ସେମାନଙ୍କ ତଥାକଥିତ ସମ୍ମାନ ରକ୍ଷା ପାଇଁ ଉକ୍ତ ପୁଅ ବିରୋଧରେ ଆପରାଧିକ ମାମଲା ଦାଏର କରିଥାନ୍ତି। ପିଲାଙ୍କ ବିରୋଧରେ ଯୌନ ନିର୍ଯାତନା ଓ ଶୋଷଣ ରୋକିବା ପାଇଁ ପୋକ୍‌ସୋ ଆଇନ ରହିଛି ବୋଲି ଅଦାଲତ କହିବା ସହ ୧୫ରୁ ୧୮ ବର୍ଷ ବୟସ ଅତ୍ୟନ୍ତ ସମ୍ବେଦନଶୀଳ ସମୟ ବୋଲି କହିଛନ୍ତି। କିଶୋରକିଶୋରୀଙ୍କ ଗୋପନୀୟତା ଅଧିକାର ସମ୍ପର୍କିତ ଏକ ମାମଲାକୁ ଅଦାଲତ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରି ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ୨୦୨୩ରେ କୋଲକାତା ହାଇକୋର୍ଟ କିଶୋରୀମାନଙ୍କୁ ଯୌନ ସମ୍ପର୍କରେ ଲିପ୍ତ ରହିବା ପରିବର୍ତ୍ତେ ସେମାନଙ୍କ ଯୌନ ଇଚ୍ଛାକୁ ନିୟନ୍ତ୍ରଣ କରିବାକୁ ବିବାଦୀୟ ରାୟ ଦେଇଥିଲେ। ହାଇକୋର୍ଟଙ୍କ ଉକ୍ତ ରାୟକୁ ୨୦୨୪ରେ ସୁପ୍ରିମକୋର୍ଟ ଖାରଜ କରିଦେବା ସହ କେତେଗୁଡ଼ିଏ ନିର୍ଦ୍ଦେଶନାମା ଜାରି କରିଥିଲେ। ସେତେବେଳେ କିଶୋରୀକିଶୋରଙ୍କ ଗୋପନୀୟତା ଅଧିକାରୀକୁ ନେଇ ମାମଲା ଦାଏର ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri