ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମୋହନା ଥାନା ଅଧୀନ ସିଙ୍କୁଳିପଦର ଗ୍ରାମର ଅଭିଯୁକ୍ତ ରାଜେନ୍ଦ୍ର ଜାନୀ (୨୬)ଙ୍କୁ ପୋକ୍ସୋ ଆଇନର ଧାରା୬ରେ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ଜରିମାନା ଅନାଦାୟ କଲେ ଅତିରିକ୍ତ ୩ ମାସ କାରାଦଣ୍ଡ ଭୋଗ କରିବାକୁ ପଡ଼ିବ।

ଏହାସହ ଅପହରଣ ଅଭିଯୋଗରେ ଧାରା୩୬୩ ଅନୁଯାୟୀ ୭ ବର୍ଷ ସଶ୍ରମ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜରିମାନା, ଏବଂ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗରେ ଧାରା୫୦୬ ଅନୁଯାୟୀ ୨ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଯାଇଛି। ସମସ୍ତ ଦଣ୍ଡ ଏକାସାଙ୍ଗରେ ଚାଲିବ ବୋଲି କୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି।

ରାୟରେ ପୀଡ଼ିତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ପୋକ୍ସୋ ଆଇନ ଅନୁଯାୟୀ ଆଦାୟ ହେଉଥିବା ଜରିମାନାର ସମ୍ପୂର୍ଣ୍ଣ ଅର୍ଥ ପୀଡ଼ିତାଙ୍କୁ ପ୍ରଦାନ କରିବାକୁ କୋର୍ଟ କହିଛନ୍ତି।

ଘଟଣା ଅନୁଯାୟୀ, ୨୦୨୪ ଫେବୃଆରୀ ୧୦ରେ ଚାନ୍ଦିପୁଟ ହାଟରୁ ନାବାଳିକାଙ୍କୁ ଘରେ ଛାଡ଼ିଦେବାକୁ କହି ଅଭିଯୁକ୍ତ ମୋଟରସାଇକେଲରେ ନେଇ ଏକ ଜଙ୍ଗଲ ଅଞ୍ଚଳକୁ ଯାଇଥିଲେ। ସେଠାରେ ଥଣ୍ଡାପାନୀୟରେ ନିଶାଦ୍ରବ୍ୟ ମିଶାଇ ପୀଡ଼ିତାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ପରେ ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ପୀଡ଼ିତାଙ୍କ ମା’ଙ୍କ ମୃତ୍ୟୁ ହୋଇଥିବାରୁ ଦଶାହ କାର୍ଯ୍ୟ ସମ୍ପନ୍ନ ପରେ ଫେବୃଆରୀ ୧୯ରେ ମୋହନା ଥାନାରେ ଏତଲା ଦାଖଲ ହୋଇଥିଲା।

ମୋହନା ଥାନାରେ ମାମଲା ରୁଜୁ ହେବା ପରେ ତତ୍କାଳୀନ ସବ-ଇନ୍ସପେକ୍ଟର ସୌମ୍ୟ ରଞ୍ଜନ ବରାଳ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ ଦାଖଲ କରିଥିଲେ। ବିଚାର ସମୟରେ ୧୯ ଜଣ ସାକ୍ଷୀଙ୍କ ସାକ୍ଷ୍ୟ ଓ ୨୮ଟି ଦସ୍ତାବିଜକୁ ଆଧାର କରି କୋର୍ଟ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ସରକାରୀ ଓକିଲ ଏମ. ପୃଥୱୀରାଜ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri