ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ ଡ ଦିଲ୍ଲୀପ କୁମାର ଖୁଣ୍ଟିଆ ଅଧ୍ୟକ୍ଷତା କରି ବିଦ୍ୟାଳୟର ସଫଳତା ସମ୍ପର୍କରେ କହିଥିଲେ । କଲେଜ ଛାତ୍ରୀଛାତ୍ରମାନେ ଜିଲା ଓ ରାଜ୍ୟସ୍ତରୀୟ ଅନେକ ପ୍ରତିଯୋଗୀତାରେ ଅଂଶଗ୍ରହଣ କରି ପୁରସ୍କୃତ ହେବାସହ କଲେଜ ପାଇଁ ଗୌରବ ଆଣିଛନ୍ତି । ଏଥିସହ ରାଜ୍ୟ ସରକାରଙ୍କ ସହଯୋଗରେ କଲେଜର ଅନେକ ବିକାଶ ହୋଇପାରିଛି ବୋଲି କହିଥିଲେ ।

ବିଡିଓ ଭାରତୀ ଦେବୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରର ଅନ୍ତର୍ନିହିତ ଜ୍ଞାନକୁ ଲୋକ ଲୋଚନକୁ ଆଣିବାରେ ଶିକ୍ଷକମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ତେଣୁ ଗୁରୁ ଛାତ୍ରୀଛାତ୍ରମାନେ ଏଥିପ୍ରତି ଦୃଷ୍ଟି ଦେବାକୁ ସେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ । ରେଭେନ୍ସା ବିଶ୍ୱବିଦ୍ୟାଳୟ କଟକର ଅବସରପ୍ରାପ୍ତ ପ୍ରଫେସର ଡ ଗୌରାଙ୍ଗ ଚରଣ ନନ୍ଦ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । ପୂର୍ବତନ ବାଚସ୍ପତି ସୋମନାଥ ରଥ ଭଞ୍ଜନଗର ବିଏଡ କଲେଜ କରିବାରେ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ । ତାଙ୍କରି ଯୋଗୁଁ ଏହି ଅଞ୍ଚଳରେ
ଶିକ୍ଷାର ବିକାଶ ହୋଇପାରିଛି । ଶିକ୍ଷା ବ୍ୟବସ୍ଥାରେ ଅନେକ ଜଟିଳ ପ୍ରକ୍ରିୟା ଅଛି। ସେଥିରୁ ବାହାରି ଶିକ୍ଷକମାନେ ଆଗକୁ ବଢ଼ିବାକୁ ପଡିବ ।

ଗୁରୁ ଛାତ୍ରୀଛାତ୍ରମାନେ ସେମାନଙ୍କ ଅନ୍ତର୍ନିହିତ କଳାର ବିକାଶ କରି ତାହାକୁ ଶ୍ରେଣୀ କକ୍ଷରେ ପ୍ରତିଫଳିତ କରିବାକୁ ପଡିବ। ଶିକ୍ଷକମାନେ ଜଟିଳ ଶିକ୍ଷା ପ୍ରକ୍ରିୟା ଏବଂ ସମାଜ ସହ ଯୋଡ଼ି ହୋଇ ଆଗକୁ ବଢ଼ିବାକୁ ପଡିବ । ଆଧୁନିକ ଶିକ୍ଷା ପ୍ରଣାଳୀରେ ଶିକ୍ଷକ ନିଜକୁ ଅଭ୍ୟସ୍ତ କରି ସମାଜ ସେବାରେ ବ୍ରତୀ ହେବା ଆବଶ୍ୟକ । କାର୍ଯ୍ୟ କ୍ଷେତ୍ରରେ ଅନେକ ଚାପ ଏବଂ ସମସ୍ୟା ଆସୁଛି । ଶିକ୍ଷକମାନେ ଦୃଷ୍ଟିକୋଣ ବଦଳାଇ ପ୍ରେରଣାଦାୟୀ ହେବା ଦରକାର ବୋଲି ମୁଖ୍ୟବକ୍ତା କହିଥିଲେ ।

ଆସିଷ୍ଟାଣ୍ଟ ଡାଇରେକ୍ଟର ପ୍ରଣୟ କୁମାର, ସରପଞ୍ଚ ଶିବରାମ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଛାତ୍ର ସଂସଦ ଉପଦେଷ୍ଟା ସସ୍ମିତା ବେହେରା, ସଭାନେତ୍ରୀ ମୋନାଲିସା ମିଶ୍ର, ଉପ ସଭାପତି ଯଜ୍ଞଦତ୍ତ ପ୍ରଧାନ, ସାଧାରଣ ସମ୍ପାଦକ ସରୋଜ ସେଠୀ, ସହ ସମ୍ପାଦକ ଆନନ୍ଦ ରାଉତରାୟ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ । ଏହି ଅବସରରେ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?