ସହର ପ୍ରବେଶ ପଥରେ ଅଳିଆ ପଏଣ୍ଟ

କଟକ ଅଫିସ,୧୯ା୧୦: କଟକ ସହରର ମୁଖ୍ୟ ପ୍ରବେଶ ପଥ ମଧୁପାଟଣା। ପ୍ରତିଦିନ ବିଭିନ୍ନ ସ୍ଥାନରୁ ଲୋକେ ଏହି ରାସ୍ତା ଦେଇ ସହରକୁ ଆସିଥାନ୍ତି। ତେବେ ପ୍ରବେଶପଥ ନିକଟ ରାସ୍ତା ପାର୍ଶ୍ୱରେ ଆବର୍ଜନା ପଡ଼ିରହି ପରିବେଶକୁ ଦୂଷିତ କରୁଛି। ଏ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ଏଠାରେ କଟକ ମହାନଗର ନିଗମ (ସିଏମ୍‌ସି)ର ଅଳିଆ ପଏଣ୍ଟ ଥିବାରୁ ଆବର୍ଜନା ପକାଯାଉଛି। ଫଳରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ସ୍ଥାନୀୟ ବ୍ୟବସାୟୀ ଏବଂ ଜନସାଧାରଣ ତୁରନ୍ତ ପଏଣ୍ଟ ସ୍ଥାନ ପରିବର୍ତ୍ତନ ପାଇଁ ଦାବି କରିଛନ୍ତି। ସହରର ପରିମଳ ବ୍ୟବସ୍ଥାରେ ସୁଧାର ଆଣିବାକୁ ସିଏମ୍‌ସି ବିଭିନ୍ନ ଯୋଜନା କରୁଛି। ସଚେତନତା ମଧ୍ୟ ସୃଷ୍ଟି କରାଯାଉଛି। ହେଲେ ପରିମଳ ପରିଚାଳନାରେ ଅବ୍ୟବସ୍ଥା ଯୋଗୁ ଲୋକଙ୍କୁ ସମସ୍ୟା ଭୋଗିବାକୁ ପଡୁଛି। ସିଏମ୍‌ସି ପକ୍ଷରୁ ମଧୁପାଟଣା ଅଞ୍ଚଳରେ ଏକ ଅଳିଆ ପଏଣ୍ଟ କରାଯାଇଛି। ସେହି ଅଞ୍ଚଳରୁ ବାହାରୁଥିବା ଅଳିଆକୁ ଲୋକେ ଏହି ପଏଣ୍ଟ୍‌ରେ ପକାଉଛନ୍ତି। ସେଠାକାର ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରୁ ମଧ୍ୟ ପ୍ରତିଦିନ ପ୍ରଚୁର ଅଳିଆ ବାହାରୁଛି। ସିଏମ୍‌ସି ପକ୍ଷରୁ ବ୍ୟବସାୟୀଙ୍କୁ ଡଷ୍ଟବିନ ବ୍ୟବହାର କରିବାକୁ କୁହାଯାଇଛି। ହେଲେ ସେମାନେ ଏହାକୁ ମାନୁ ନ ଥିବା ଅଭିଯୋଗ ହେଉଛି। ଏପରି କି ଅଳିଆ ପଏଣ୍ଟରେ ବଡ ଡଷ୍ଟବିନ ନାହିଁ। ବୁଲାଗୋରୁ, ଷଣ୍ଢଗୁଡ଼ିକ ଆବର୍ଜନାକୁ ଏଣେତେଣେ ଖେଳାଇ ଦେଉଛନ୍ତି। ଏଥିଯୋଗୁ ଦୁର୍ଗନ୍ଧ ହେଉଛି। ଏହି ଅଳିଆ ପଏଣ୍ଟ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ସିଏମ୍‌ସିର ପରିମଳ ଅଧିକାରୀ ଡ. ସଞ୍ଜିବିତା ରାୟ କହିଛନ୍ତି, ଉକ୍ତ ୱାର୍ଡରେ ଅଳିଆ ପଏଣ୍ଟ ପାଇଁ ସେପରି କୌଣସି ଉପଯୁକ୍ତ ସ୍ଥାନ ନାହିଁ। ସ୍ଥାନ ଚିହ୍ନଟ ପରେ ତାହାକୁ ସ୍ଥାନାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri