Posted inଖେଳ

କୋଲକାତାର ଏକପାଖିଆ ବିଜୟ ପରେ ପଏଣ୍ଟ ଟେବୁଲରେ ହେଲା ପରିବର୍ତ୍ତନ: କିଏ କେଉଁ ସ୍ଥାନରେ ରହିଛି ଜାଣନ୍ତୁ

କୋଲକାତା,୩୦।୪: ଆଇପିଏଲ ୨୦୨୪ର ୪୭ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ମ୍ୟାଚରେ କୋଲକାତା ୭ ଉଇକେଟରେ ଜିତିଛି। ଏହା କେକେଆର୍‌ ପାଇଁ ଏକପାଖିଆ ବିଜୟ ଥିଲା। ବର୍ତ୍ତମାନ ଏହି ବିଜୟ ପରେ ପଏଣ୍ଟ ଟେବୁଲରେ କ’ଣ ପରିବର୍ତ୍ତନ ହୋଇଛି ଆସନ୍ତୁ ଜାଣିବା।
ବିଜୟ ପରେ କୋଲକାତା ୧୨ ପଏଣ୍ଟ ଏବଂ ନେଟ ରନ ହାର +୧.୦୯୬ ସହିତ ଦ୍ୱିତୀୟ ସ୍ଥାନରେ ଅଛି। ଏହା ବ୍ୟତୀତ ହାରିଥିବା ଦିଲ୍ଲୀ ଦଳ ଷଷ୍ଠ ସ୍ଥାନରେ ରହିଛି। ଦିଲ୍ଲୀର ୧୦ ପଏଣ୍ଟ ଏବଂ ନେଟ ରନ ହାର -୦.୪୪୨ ରହିଛି।
ରାଜସ୍ଥାନ ରୟାଲ୍ସ ୧୬ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ଅଛି। ତା’ପରେ କୋଲକାତା ୧୨ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ଅଛି। ଏହା ପରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ଯଥାକ୍ରମେ ୧୦-୧୦ ପଏଣ୍ଟ ସହ ତୃତୀୟ ଏବଂ ଚତୁର୍ଥ ସ୍ଥାନରେ ରହିଛି। ଚେନ୍ନାଇର ନେଟ ରନ ହାର +୦.୮୧୦ ଏବଂ ହାଇଦ୍ରାବାଦର ନେଟ ରନ ହାର +୦.୦୭୫ ରହିଛି।
ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ଯଥାକ୍ରମେ ୧୦-୧୦ ପଏଣ୍ଟ ସହିତ ପଞ୍ଚମ ଏବଂ ଷଷ୍ଠ ସ୍ଥାନରେ ଅଛନ୍ତି। ଏହା ପରେ ଗୁଜରାଟ ଟାଇଟାନ୍ସ ୮ ପଏଣ୍ଟ ସହ ସପ୍ତମ ସ୍ଥାନରେ ରହିଛି। ତା’ପରେ ପଞ୍ଜାବ କିଙ୍ଗସ, ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଯଥାକ୍ରମେ ୬-୬ ପଏଣ୍ଟ ସହ ଅଷ୍ଟମ, ନବମ ଏବଂ ଦଶମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri