Posted inଜାତୀୟ

ରାଜଧାନୀ ପବନରେ ଜହର,୭୫ ପ୍ରତିଶତରୁ ଅଧିକ ଛୋଟପିଲା ହେଉଛନ୍ତି ଶ୍ୱାସରୁଦ୍ଧ…

ନୂଆଦିଲ୍ଲୀ,୧୩।୧୦: ଶୀତ ଆରମ୍ଭ ହେବା ସହିତ ରାଜଧାନୀ ଦିଲ୍ଲୀର ବାୟୁ ମଣ୍ଡଳର ଗୁଣବତ୍ତାମାନ ପ୍ରତିବର୍ଷ ଖରାପ ହେବାକୁ ଲାଗିଥାଏ। ପବନରେ ଜହର ଯୋଗୁ ରାଜଧାନୀର ୭୫ ପ୍ରତିଶତରୁ ଅଧିକ ପିଲା ଶ୍ୱାସରୁଦ୍ଧ ହେଉଛନ୍ତି। ସେମାନେ ନେବୁଲାଇଜର ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ଗ୍ରହଣ କରୁଛନ୍ତି। ଶକ୍ତି ଏବଂ ସମ୍ବଳ ପ୍ରତିଷ୍ଠାନ (ଟିଇଆର୍‌ଆଇ) ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନ ଉପରେ ଆଧାରିତ ଏକ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି।

୧୪ରୁ ୧୭ ବର୍ଷ ବୟସ୍କ ୪୧୩ ଜଣ ଶିଶୁଙ୍କ ଉପରେ ସ୍ବାସ୍ଥ୍ୟ ସର୍ଭେ କରାଯାଇଥିଲା। ସେଥିମଧ୍ୟରୁ ୭୫.୪ ପ୍ରତିଶତଙ୍କଠାରେ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ଅନୁଭବ କରିଥିବା କହିଛନ୍ତି। ସେହିପରି ୨୪.୨ ପ୍ରତିଶତଙ୍କ ଆଖି ସମସ୍ୟା, ୨୨.୩ ପ୍ରତିଶତଙ୍କୁ ନିୟମିତ ଛିଙ୍କ ହେବା ଅବା ସର୍ଦ୍ଦି ସମସ୍ୟା ଦେଖାଦେଇଛି। ଅପରପକ୍ଷରେ ୨୦.୯ ପ୍ରତିଶତ ଛୋଟପିଲାଙ୍କୁ ସକାଳେ କାଶ ହେଉଥିବା ରିପୋର୍ଟରେ ପ୍ରକାଶ ପାଇଛି। ବାୟୁ ପ୍ରଦୂଷଣ ଯୋଗୁ ପିଲାଙ୍କଠାରେ ଶ୍ୱାସକ୍ରିୟା ଏବଂ ହୃଦରୋଗ ସମସ୍ୟା ବଢ଼ିବାରେ ଲାଗିଛି।

ରାଜଧାନୀ ବାୟୁମଣ୍ଡଳରେ କ୍ୟାଡମିୟମ ଏବଂ ଆର୍ସେନିକର ପରିମାଣ ବୃଦ୍ଧି ପାଉଥିବାରୁ ଲୋକଙ୍କଠାରେ କର୍କଟ, କିଡନୀ ସମସ୍ୟା ଏବଂ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ହୃଦରୋଗର ଆଶଙ୍କା ଅଧିକ ଦେଖାଦେଉଛି ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?