ଟ୍ରମ୍ପ୍‌ଙ୍କ ପାଖକୁ ଜହର ପ୍ୟାକେଟ: ସୁରକ୍ଷା ଅଧିକାରୀଙ୍କ ହାତରେ ପଡ଼ିଲା ଧରା

ଓ୍ବାଶିଂଟନ, ୨୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପାଖକୁ ପଠାଯାଇଥିବା ଏକ ଜହର ପ୍ୟାକେଟ ସୁରକ୍ଷା ଅଧିକାରୀଙ୍କ ହାତରେ ଧରା ପଡ଼ିଛି। ଏଥିରେ ରିସିନ୍‌ ନାମକ ଜହର ଥିବା ପରୀକ୍ଷାରୁ ଜଣାପଡ଼ିଛି। ଏହି ଜହରକୁ କାଷ୍ଟର ବିନ୍ସ୍‌ରୁ ପ୍ରସ୍ତୁତ କରାଯାଇଥାଏ। ପ୍ରାୟତଃ ଏହାକୁ ଆତଙ୍କବାଦୀ ଆକ୍ରମଣରେ କରାଯାଇଥାଏ। ଏହା କାନାଡ଼ାରୁ ହ୍ବାଇଟ୍‌ ହାଉସ୍‌ ଆସିଥିବା ସୁରକ୍ଷା ଅଧିକାରୀମାନେ ଅନୁମାନ କରୁଛନ୍ତି। ହ୍ବାଇଟ୍‌ ହାଉସ୍‌ରେ କୌଣସି ପାର୍ସଲ ପହଞ୍ଚିଲେ ଏହାକୁ ପ୍ରଥମେ ସୁରକ୍ଷା ଅଧକାରୀ ଯାଞ୍ଚ୍‌ କରିଥାନ୍ତି। ସନ୍ଦିଗ୍ଧ ପାର୍ସଲକୁ ଅଲଗା କରି ଦିଆ ଯାଇଥାଏ। ଏହି ସନ୍ଦିଗ୍ଧ ପାର୍ସଲକୁ ମଧ୍ୟ ଅଲଗା କରାଯାଇ ଯାଞ୍ଚ୍‌ ହୋଇଥିଲା। ଏଥିରେ ଜହର ଥିବା ଜଣାପଡ଼ିଥିଲା। ଏବେ ଏହାର ତଦନ୍ତ ଦାୟିତ୍ୱ ଫେଡ଼େରାଲ ବ୍ୟୁରୋ ଅଫ୍‌ ଇନଭେଷ୍ଟିଗେଶନକୁ ହସ୍ତାନ୍ତର କରାଯାଇଛି। ଏହି ଜହର ପେଟକୁ ଗଲେ ପ୍ରବଳ ଅନ୍ତଃନାଳୀରେ କ୍ଷତ ସୃଷ୍ଟି କରେ। ଫଳରେ ରକ୍ତସ୍ରାବ ହୋଇଥାଏ। ଏହାଯୋଗୁ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ମଧ୍ୟ ଘଟିଥାଏ ବୋଲି ତଦନ୍ତକାରୀ ଦଳ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri