ପୋଖରୀରେ ବିଷ ପକାଇ ମାଛ ମାରିଦେଲେ

ନିଶ୍ଚିନ୍ତକୋଇଲି,୩୦।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତରେ ଏକ ପୋଖରୀରେ କୌଣସି ଦୁର୍ବୃତ୍ତ ବିଷ ପକାଇ ଲକ୍ଷାଧିକ ଟଙ୍କାର ମାଛ ମାରିଦେଇଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ପୋଲିସ ଥାନାରେ ମାମଲା (ନଂ. ୯୬/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ନତକାଇ ପଞ୍ଚାୟତ ବାଘୁଆ ପୋଖରୀକୁ ସ୍ଥାନୀୟ ଗ୍ରାମର ମା’ବୁଢୀ ଜାଗୁଳାଇ ସ୍ବୟଂ ସହାୟିକା ଗୋଷ୍ଠୀର ସଭ୍ୟମାନେ ନିଲାମରେ ନେଇ ମାଛଚାଷ କରିଥିଲେ। ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଋଣ କରି ଏହି ପୋଖରୀରେ ମାଛଚାଷ କରିଥିଲେ। ତେବେ କୌଣସି ବ୍ୟକ୍ତି ପ୍ରତିହିଂସା ପରାୟଣ ହୋଇ ଏହି ପୋଖରୀରେ ବିଷ ପକାଇ ଦେଇଥିବା ଅଭିଯୋଗ ହୋଇଛି। ଫଳରେ ପୋଖରୀରେ ମାଛ ସମେତ ସାପ ଓ ଅନ୍ୟାନ୍ୟ ଜୀବଜନ୍ତୁ ମରି ଭାସୁଥିବା ଦେଖିବାକୁ ମିଳିଛି। ଏନେଇ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଭାନେତ୍ରୀ ସ୍ବର୍ଣ୍ଣଲତା ସେନାପତି ନିଶ୍ଚିନ୍ତକୋଇଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri