ବିଷାକ୍ତ ମଦ: ଦାଦା, ପୁତୁରା ମୃତ

ତିର୍ତ୍ତୋଲ/କେନ୍ଦ୍ରାପଡ଼ା,୨୧/୧୧(ଗୌରାଙ୍ଗ ଚରଣ ସ୍ବାଇଁ/ଜଗନ୍ନାଥ ଧଳ): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ସାମନ୍ତରାପୁର ପଞ୍ଚାୟତ ସିରସ୍ତା ଗ୍ରାମରେ ଛତୁରେ ପକାଇବାକୁ ଥିବା କୀଟନାଶକକୁ ପାଣି ଭାବି ମଦରେ ମିଶାଇ ପିଇଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଗୋପୀନାଥ ସାମଲ (୭୪) ଓ ତାଙ୍କ ସମ୍ପକୀୟ ପୁତୁରା ବିଭୂତି କୁମାର ସାମଲ(୫୪)। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି ା ଉଭୟ ଅସୁସ୍ଥ ହୋଇପଡ଼ିବାରୁ ପରିବାର ଲୋକେ ସେମାନଙ୍କୁ ନିକଟସ୍ଥ କେନ୍ଦ୍ରାପଡ଼ା ଜିଲା ପାଟକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ ସେମାନଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତକରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ବୁଧବାର ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏପରି ଘଟଣାକୁ ନେଇ ସାମାଜିକ ଗଣମାଧ୍ୟମରେ ବିଷାକ୍ତ ମଦମୃତ୍ୟୁ ବୋଲି ଭାଇରାଲ ହେବା ପରେ ବିବାଦ ସୃଷ୍ଟି ହୋଇଛି ା ପରେ ଜଗତ୍‌ସିଂହପୁର ଏସ୍‌ପି ଭବାନୀ ଶଙ୍କର ଉଦ୍‌ଗାତା ଏବଂ ତିର୍ତ୍ତୋଲ ପୋଲିସ ଗ୍ରାମରେ ପହଞ୍ଚତ୍ ଘଟଣାର ତଦନ୍ତ କରି ଫେରିଛନ୍ତି। ଏ ସଂକ୍ରାନ୍ତରେ ତିର୍ତ୍ତୋଲ ଭାରପ୍ରାପ୍ତ ଥାନା ଅଧିକାରୀ ଅନିରୁଦ୍ଧ ରାଉତ କହିଛନ୍ତି, ଘଟଣା ସମ୍ପର୍କରେ ସୂଚନା ପାଇ ଏସ୍‌ପିଙ୍କ ସହ ଘଟଣାସ୍ଥଳକୁ ଯାଇ ତଦନ୍ତ କରି ଫେରିଛି ା ଗୋପୀନାଥଙ୍କ ପୁଅ ଅଶୋକଙ୍କ କହିବା କଥା, ବାପା ଛତୁଚାଷ ପାଇଁ ଥିବା କୀଟନାଶକକୁ ପାଣି ଭାବି ମଦରେ ମିଶାଇ ପିଇଦେବାରୁ ଏଭଳି ଘଟିଛି। ତେଣୁ ଏହା ବିଷାକ୍ତ ମଦମୃତ୍ୟୁ ନୁହେଁ ବୋଲି ରାଉତ କହିଛନ୍ତି। ଅନ୍ୟପକ୍ଷେ କେନ୍ଦ୍ରାପଡ଼ା ସଦର ଥାନା ଅଧିକାରୀ ବିମଲ ମଲିକ କହିଛନ୍ତି, ଅଭିଯୋଗକୁ ଭିତ୍ତିକରି ଦୁଇଟି ଅପମୃତ୍ୟୁ ମାମଲା(ନଂ.୪୦/୨୦୨୪, ୪୧/୨୦୨୪ ) ରୁଜୁ ହୋଇଛି ା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହେବ ବୋଲି ସେ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?