Posted inଜାତୀୟ

ବିଷାକ୍ତ ଗ୍ୟାସ୍‌ ଲିକ୍‌: ୧୧ ମୃତ

ଲୁଧିଆନା,୧ା୫: ପଞ୍ଜାବର ଲୁଧିଆନା ଜିଲା ଗେସ୍‌ପୁରା ଅଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରେ ରବିବାର ସକାଳେ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୫ ମହିଳା ୪ ପୁରୁଷ ଏବଂ ୨ ଜଣ ନାବାଳକ ଅଛନ୍ତି। ଦୁଇ ପିଲାଙ୍କ ବୟସ ୧୦ ଓ ୧୩ ବର୍ଷ ହେବ। ଏହାର ପ୍ରଭାବରେ ଅସୁସ୍ଥ ହୋଇପଡ଼ିଥିବା ଅନ୍ୟ କେତେଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧାରକାରୀ ଦଳ, ଡାକ୍ତରୀ ଟିମ୍‌, ଆମ୍ବୁଲାନ୍ସ ଓ ଅଗ୍ନିଶମ କର୍ମଚାରୀଙ୍କୁ ସେଠାରେ ନିୟୋଜିତ କରାଯାଇଛି। ସେହିପରି ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌)ର ଏକ ୫୦ ଜଣିଆ ଟିମ୍‌ ମଧ୍ୟ ଘଟଣାସ୍ଥଳରେ ପହଞ୍ଚତ୍ ଗ୍ୟାସ୍‌ ଲିକ୍‌ର କାରଣ ଖୋଜୁଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଏହାକୁ ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ଅଭିହିତ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଜନବହୁଳ ଶିଳ୍ପାଞ୍ଚଳ ଗେସ୍‌ପୁରାରେ ଗ୍ୟାସ୍‌ ଲିକ୍‌ର କାରଣ ସ୍ପଷ୍ଟ ହୋଇ ନ ଥିଲେ ବି ସେଠାରେ ଥିବା ଫ୍ୟାକ୍ଟ୍ରିରୁ ନାଳକୁ କେତେକ ରାସାୟନିକ ପଦାର୍ଥ ଛଡ଼ାଯାଇଥିବାରୁ ମିଥେନ୍‌ ସହ ମିଶ୍ରଣ ହୋଇ ସେଥିରୁ ବିଷାକ୍ତ ବାଷ୍ପ ନିର୍ଗମନ ହୋଇଥିବା ଅନୁମାନ କରାଯାଉଛି। ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରିଦିଆଯାଇଛି। ସ୍ଥାନୀୟ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ପୀଡ଼ିତମାନେ ଉତ୍ତର ପ୍ରଦେଶ ଓ ବିହାର ବାସିନ୍ଦା ହୋଇଥିବାବେଳେ ଏଠାକୁ ଆସି ବସବାସ କରୁଥିଲେ। ରବିବାର ସକାଳେ କେତେଜଣ ଲୋକ ଏକ ସ୍ଥାନୀୟ ଗ୍ରୋସେରି ଦୋକାନକୁ କ୍ଷୀର କିଣିବା ପାଇଁ ଆସିଥିବାବେଳେ ସଂଜ୍ଞାହୀନ ହୋଇପଡ଼ିଥିଲେ। ସେଠାରେ ହିଁ ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଇଥିଲା। ଅସୁସ୍ଥଙ୍କ ମଧ୍ୟରୁ ୭ ଜଣ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଦେଇଥିଲେ। ମୃତକଙ୍କ ମଧ୍ୟରୁ ୩ ଜଣ ହେଉଛନ୍ତି ଗ୍ରୋସେରି ଦୋକାନ ମାଲିକଙ୍କ ପରିବାର ସଦସ୍ୟ। ଲୁଧିଆନା ଜିଲା ପ୍ରଶାସନ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଅସୁସ୍ଥ ବ୍ୟକ୍ତିମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ଘୋଷଣା କରିଛି। ସମ୍ପୃକ୍ତ ଅଞ୍ଚଳରେ ଏକ ଭଙ୍ଗା ମ୍ୟାନ୍‌ହୋଲ ଠାବ ହୋଇଥିବା ଅତିରିକ୍ତ ଡେପୁଟି କମିଶନର ଅମରଜିତ୍‌ ସିଂ ବାଇନ୍ସ କହିଛନ୍ତି। ଏନ୍‌ଡିଆର୍‌ଏଫ୍‌ ଟିମ୍‌ ବିଭିନ୍ନ ରାସାୟନିକ ପରୀକ୍ଷା ପାଇଁ ନମୁନା ସଂଗ୍ରହ କରୁଛି। ସିସିଟିଭି କ୍ୟାମେରାଗୁଡ଼ିକର ଭିଡିଓ ଫୁଟେଜ୍‌କୁ ମଧ୍ୟ ଯାଞ୍ଚ କରାଯାଉଛି। ମୃତକମାନେ ହେଲେ ଅଭୟ(୧୩), ଆର୍ୟନ(୧୦), କମଲେଶ(୬୦), ବର୍ଷା(୩୫), ସୌରଭ(୩୫), ପ୍ରୀତି(୩୧), କବିଳାଶ(୪୦), ନବନୀତ(୩୯), ନୀତୁ ଦେବୀ(୩୯) ଏବଂ ଅନ୍ୟ ଜଣେ ଅଚିହ୍ନା ବ୍ୟକ୍ତି। ବିଷାକ୍ତ ଗ୍ୟାସ୍‌ ସଂସ୍ପର୍ଶରେ ଆସି ଏକ ବିରାଡ଼ି ମଧ୍ୟ ଆଖିବୁଜି ଦେଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଘଟଣାକୁ ନେଇ ଗଭୀର ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri