ଚାଷଜମିରେ ମାଡ଼ିଲା ବିଷାକ୍ତ ତରଳ ପଦାର୍ଥ

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ଠେଲକୋଲିସ୍ଥିତ ଜେଏସ୍‌ଡବ୍ଲ୍ୟୁ (ଭୁଷଣ) କମ୍ପାନୀରେ ଗୁରୁବାର ରାତିରେ ଅଘଟଣ ଘଟିଛି। ବାଉଣ୍ଡରି କାନ୍ଥ ଭୁଶୁଡି କାରଖାନାର ସ୍ଲରିପଣ୍ଡରୁ ବିଷାକ୍ତ ଲୌହମିଶ୍ରିତ ତରଳ ପଦାର୍ଥ ନିକଟ ଗ୍ରାମକୁ ମାଡି ଯାଇଥିଲା। ଏହାଦ୍ୱାରା ବ୍ୟାପକ ଚାଷ ଜମି ପ୍ରଭାବିତ ହୋଇଛି। ଘଟଣାରେ ଅର୍ଜୁନ ସିଂ ନାମକ ଜଣେ ସୁରକ୍ଷା କର୍ମୀ ନିଖୋଜ ହୋଇଥିବା ରିପୋର୍ଟ ହୋଇଛି। ଶୁକ୍ରବାର ସକାଳେ ଘଟଣାସ୍ଥଳରେ ପ୍ରଶାସନ ପକ୍ଷରୁ ଏଡିଏମ୍‌ ଅଜାମ୍ବର ମହାନ୍ତି, ରେଙ୍ଗାଲି ତହସିଲଦାର ଦୟମନ୍ତି ସାହୁ, ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି, ସଦର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ, ରେଙ୍ଗାଲି ଥାନା ଅଧିକାରୀ ଧବଳେଶ୍ୱର ସାହୁ, କମ୍ପାନୀ କର୍ତ୍ତୃପକ୍ଷ, ପ୍ରଭାବିତ ଚାଷୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏଭଳି ଘଟଣା ଆଗକୁ ଯେଭଳି ନ ହେବ ତାହାର ସ୍ଥାୟୀ ସମାଧାନ ସହ ସମସ୍ତ ପ୍ରଭାବିତ ପରିବାରକୁ କ୍ଷତିପୂରଣ ଦେବା ପାଇଁ କମ୍ପାନୀ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଜମି ଓ କୁକୁଡା ଫାର୍ମରେ ମାଡିଯାଇଥିବା ତରଳ ଲୁହାକୁ କମ୍ପାନୀ କର୍ମଚାରୀ ଉଠାଇ ନେଇଥିଲେ। ଅନ୍ୟପଟେ କେତେ ପରିମାଣ କ୍ଷତି ହୋଇଛି ଶନିବାର ସୁଦ୍ଧା ରାଜସ୍ବ ବିଭାଗ, ଉଦ୍ୟାନ କୃଷି ଓ ପ୍ରାଣୀଧନ ବିଭାଗ ମିଳିତ ଭାବେ ଆକଳନ କରିବା ପରେ କ୍ଷତିପୂରଣ ଦିଆଯିବ ବୋଲି ପ୍ରଶାସନ ନିର୍ଦ୍ଦେଶ ଦେଇଛି।
ମିଳିଥିବା ସୂଚନା ଅନୁସାରେ ଗୁରୁବାର ରାତିରେ ବାଞ୍ଜିଟିକ୍ରା ପଟରେ ଏହି ଘଟଣା ଘଟିଥିଲା। ସ୍ଲରୀ ପ୍ଲାଣ୍ଟରୁ ବର୍ଷା ଭଳି ପାଣି ନିର୍ଗତ ହୋଇଥିଲା। ପରେ ଳୁହା ଫାଇନ୍ସ ପାଣି ସହିତ ବାଉଣ୍ଡରି କାନ୍ଥ ଦେଇ ବାହାରକୁ ବୋହିଥିଲା। କାର୍ଯ୍ୟରତ ୨ ଜଣ ସୁରକ୍ଷା କର୍ମୀ ଏହା ଜାଣିବା ପରେ ଜଣେ ଜୀବନ ବଞ୍ଚାଇ ପଳାଇଯାଇଥିବା ବେଳେ ଅନ୍ୟ ଜଣେ ନିଖୋଜ ହୋଇଯାଇଥିଲେ। ଏହା ଦ୍ୱାରା ପ୍ରାୟ ୨ ଏକର ଚାଷଜମି ସହ କୁକୁଡା ଫାର୍ମ ପ୍ରଭାବିତ ହୋଇଛି। ଗ୍ରାମବାସୀ ବ୍ୟବହାର କରୁଥିବା ୨ ଗୋଟି ପୋଖରୀରେ ମଧ୍ୟ ଏହି ବିଶାକ୍ତ ପଦାର୍ଥ ମିଶିଯାଇଥିଲା। ଘଟଣାସ୍ଥଳରେ ପୋଲିସ ଓ ଗ୍ରାମବାସୀ ପହଞ୍ଚତ୍ଥିଲେ ମଧ୍ୟ ଉଦ୍ଧାର କାର୍ଯ୍ୟ ହୋଇପାରି ନ ଥିଲା। ଏ ସମ୍ପର୍କରେ ଅତିରିକ୍ତ ଏସ୍‌ପି ମହାନ୍ତି କହିଛନ୍ତି, ଘଟଣାର ତଦନ୍ତ କରାଯାଉଛି। ପ୍ରଭାବିତ ପରିବାରଙ୍କୁ କ୍ଷତିପୂରଣ ଦିଆଯିବାକୁ ସ୍ଥିର କରାଯାଇଛି। ସୁରକ୍ଷା କର୍ମୀ ନିଖୋଜ ଥିବା ନେଇ ଏକ ମାମଲା ରୁଜୁ ହୋଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri