Posted inଖେଳ

ପାନୀୟରେ ବିଷାକ୍ତ ପ୍ରଦାର୍ଥ: ମାମଲା ରୁଜୁ କଲେ କ୍ରିକେଟର…

ଅଗରତାଲା,୩୧।୧ : ଭାରତର ଓପନିଂ ବ୍ୟାଟ୍ସମ୍ୟାନ ତଥା କର୍ନାଟକର ଅଧିନାୟକ ମୟଙ୍କ ଅଗ୍ରୱାଲଙ୍କୁ ତ୍ରିପୁରାର ରାଜଧାନୀ ଅଗରତାଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିମାନରେ ସୁରଟ ଯାତ୍ରା ସମୟରେ ମୟଙ୍କ ଅସୁସ୍ଥ ହୋଇପଡିଥିଲେ। ସେ ପାଟି ଓ ଗଳାରେ ଜଳାପୋଡା ହେଉଥିବା ଅଭିଯୋଗ କରିଥିଲେ। ଏହା ପରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ଡାକ୍ତରଖାନା ପ୍ରଶାସନ କହିଥିଲେ ତାଙ୍କ ଅବସ୍ଥା ଭଲ ଅଛି ଏବଂ ସେ ବିପଦ ମୁକ୍ତ ଅଛନ୍ତି। ବୁଧବାର (ଜାନୁଆରୀ ୩୧) ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯିବ ବୋଲି ଜଣାପଡିଛି।
ଡାକ୍ତରଖାନାରେ ଭର୍ତ୍ତି ହେବା ପରେ ମୟଙ୍କ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ତାଙ୍‌ ବିରୋଧରେ ଷଡଯନ୍ତ୍ର ହୋଇଥିବା ସେ ଅଭିଯୋଗ କରିଛନ୍ତି। ଇଣ୍ଡିଗୋ ଉଡ଼ାଣରେ ପାଣି ଭାବି ମୟଙ୍କ ଏକ ବିଷାକ୍ତ ପଦାର୍ଥ ଥିବା ପାନୀୟକୁ ଭୁଲରେ ବ୍ୟବହାର କରିଥିଲେ। ଏହାକୁ ବିମାନରେ ଥିବା ତାଙ୍କ ସିଟରେ ରଖାଯାଇଥିଲା। ଏହା ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ମୟଙ୍କ ତାଙ୍କ ମ୍ୟାନେଜରଙ୍କ ମାଧ୍ୟମରେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ପଶ୍ଚିମ ତ୍ରିପୁରା ପୋଲିସ ଅଧୀକ୍ଷକ କିରଣ କୁମାର ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ମୟଙ୍କଙ୍କର ମ୍ୟାନେଜର ନ୍ୟୁ କ୍ୟାପିଟାଲ କମ୍ପ୍ଲେକ୍ସ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି।

ବରିଷ୍ଠ ପୋଲିସ ଅଧିକାରୀ ଏହା ମଧ୍ୟ କହିଛନ୍ତି, ତାଙ୍କର ମ୍ୟାନେଜର କହିଛନ୍ତି ଯେତେବେଳେ ସେ ବିମାନରେ ବସିଥିଲେ, ତାଙ୍କ ସାମ୍ନାରେ ଏକ ବ୍ୟାଗ ଥିଲା। ସେ ଅଧିକ ମାତ୍ରାରେ ପାଣି ପିଇ ନ ଥିଲେ କିନ୍ତୁ ଟିକିଏ ପାଣି ପିଇଥିଲେ, କିନ୍ତୁ ହଠାତ ସେ ଏକ ଜ୍ୱଳନ୍ତ ଅନୁଭବ କଲେ । ସେ କଥାବାର୍ତ୍ତା କରିବାରେ ମଧ୍ୟ ସକ୍ଷମ ହୋଇ ନ ଥିଲେ ଏବଂ ତାଙ୍କୁ ଆଇଏଲଏସ ଡାକ୍ତରଖାନାକୁ ଅଣାଯାଇଥିଲା। ତାଙ୍କ ପାଟିରେ ଫୁଲା ଓ ଘା ’ହୋଇ ଯାଇଥିଲା। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି।

ରାଜ୍ୟ ସ୍ବାସ୍ଥ୍ୟ ସଚିବ କିରଣ ଗୀତା କହିଛନ୍ତି, ପୋଲିସ ତାଙ୍କ ଅଭିଯୋଗକୁ ଗ୍ରହଣ କରିଛି ଏବଂ ଆମେ କ’ଣ ଘଟିଛି ତାହାର ଅନୁସନ୍ଧାନ କରିବୁ। ତାଙ୍କ ମ୍ୟାନେଜରଙ୍କ କହିବାନୁସାରେ, ସେ ବେଙ୍ଗାଲୁରୁ ଯିବେ ଏବଂ ଏହି ସମୟ ମଧ୍ୟରେ, ଆମେ ତାଙ୍କୁ ଅଗରତାଲାରେ ଯାହା ଭଲ ଚିକିତ୍ସା ଉପଲବ୍ଧ କରାଇବୁ ତାହା ପ୍ରଦାନ କରିବୁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri